ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଏଣିକି ପ୍ରତି ବର୍ଷ ହେବ ବାଘ ଗଣନା, କ୍ୟାମେରା ଟ୍ରାପ୍ ଜରିଆରେ ବାଘଙ୍କ ସ୍ଥିତି ଉପରେ ରହିବ ନଜର

ଭୁବନେଶ୍ଵର, ୨୭/୦୨ : ଓଡ଼ିଶାରେ ଏଣିକି ପ୍ରତି ବର୍ଷ ହେବ ବାଘ ଗଣନା। କ୍ୟାମେରା ଟ୍ରାପ୍ ଜରିଆରେ ବର୍ଷ ସାରା ମହାବଳ ବାଘଙ୍କ ସ୍ଥିତି ଉପରେ ନଜର ରହିବ। ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ଏନେଇ ସୂଚନା ଦେଇଛନ୍ତି। 

ସୋମବାର ପ୍ରକାଶ ପାଇଥିବା ରାଜ୍ୟର ପ୍ରଥମ ବାଘ ଗଣନା ରିପୋର୍ଟରେ ରାଜ୍ୟରେ ୩୦ଟି ମହାବଳ ଓ ୮ଟି ଶାବକ ଥିବା ଜଣାପଡିଛି। ସେଥିରୁ ଶିମିଳିପାଳରେ ୨୭ଟି ମହାବଳ ବାଘ ସହ ୮ ଶାବକ ଥିବା ବେଳେ କେନ୍ଦୁଝର, ପାରଳାଖେମୁଣ୍ଡି ଓ ହୀରାକୁଦ ବନଖଣ୍ଡରେ ଗୋଟିଏ ଲେଖାଏଁ ମହାବଳଙ୍କ ଉପସ୍ଥିତି ସ୍ପଷ୍ଟ ହୋଇଛି।  

ଚିନ୍ତା ବଢ଼ାଉଛି କଳା ବାଘ ବଂଶ ବୃଦ୍ଧି । ଶିମିଳିପାଳରେ ଏବେ ୧୩ କଳା ବାଘ ଅଛନ୍ତି। ଇନ୍ ବ୍ରିଡ଼ିଂ ଯୋଗୁଁ କଳା ବାଘଙ୍କ ସଂଖ୍ୟା ବଢ଼ୁଥିବା ବନ୍ୟପ୍ରାଣୀ ପିସିସିଏଫ୍ କହିଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଅନ୍ୟ ସ୍ଥାନରୁ ବାଘୁଣୀ ଆଣି ଶିମିଳିପାଳରେ ଛାଡ଼ିବାକୁ ଯୋଜନା ହୋଇଛି। ଏଥିପାଇଁ NTCA ଓ ୱାଇଲ୍ଡ ଲାଇଫ୍ ଇନଷ୍ଟିଚ୍ୟଟ୍ ଅଫ୍ ଇଣ୍ଡିଆ ସହ ଯୋଗାଯୋଗ କରାଯାଇଛି ବୋଲି ବନ୍ୟପ୍ରାଣୀ ପିସିସିଏଫ୍ କହିଛନ୍ତି। 

ସେହିପରି ସାତକୋଶିଆରେ ଗୋଟିଏ ବି ମହାବଳ ନାହାଁନ୍ତି। ଅଭୟାରଣ୍ୟ ଭିତରେ ଥିବା ଜନବସତିକୁ ସମ୍ପୂର୍ଣ୍ଣ ବିସ୍ଥାପିତ କରିବା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ ବାଘ ଛଡାଯିବା ନେଇ ଯୋଜନା କରାଯିବ। ଶିମିଳିପାଳରେ ବାଘ ସଂଖ୍ୟା ବଢିବା ପରେ ନୂଆ ଟେରିଟରି ସନ୍ଧାନରେ ମହାବଳ । ତେଣୁ କେନ୍ଦୁଝର, ହଦଗଡ଼ ଓ କୁଲଡ଼ିହାକୁ ମିଶାଇ ଗ୍ରେଟର ଶିମିଳିପାଳ ଲ୍ୟାଣ୍ଡସ୍କେପ ବିକାଶ କରାଯାଉଛି । 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.