ପ୍ରମୁଖ ଖବର
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ଦୁର୍ଘଟଣା, ନିର୍ମାଣ କାମ ଚାଲିଥିବା ବେଳେ ଦୁଇ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ଆଜି ଓୟୁଟିଆର୍‌ରେ ପ୍ରଥମ ସମାବର୍ତ୍ତନ ଉତ୍ସବ, ସଭାପତିତ୍ୱ କରିବେ ରାଜ୍ୟପାଳ
  • ||
  • ମଙ୍ଗଳବାର ୟୁପି ରାଜ୍ୟସଭା ନିର୍ବାଚନ, ବିଜେପିକୁ ସମର୍ଥନ କରିବେ ରାଜା ଭୈୟା
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||
  • ୨୯ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଉପସ୍ଥାପିତ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସ ୯ ଓ୍ବିକେଟ୍ ବିଜୟୀ, ୟୁପି ୱାରିୟର୍ସର ଦ୍ୱିତୀୟ ପରାଜୟ
  • ||
  • ବୁଧବାରଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଆଜି କାର୍‌କେଡ୍‌ ରିହର୍ସାଲ କରିବ ଓଡ଼ିଶା ପୁଲିସ୍‌
  • ||
  • ଶନିବାର ବାରବାଟୀ ଷ୍ଟାଡିୟମ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ୪୧ଟି କ୍ରିକେଟ୍‌ ଏକାଡେମୀ ହେବ ଲୋକାର୍ପଣ
  • ||
  • ଆସନ୍ତା ୩ ତାରିଖ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ ହେବ ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସ୍ ସେବା : ଅଶ୍ଵିନୀ ବୈଷ୍ଣବ

ସମ୍ବଲପୁର, ୦୩/୦୨ : ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ସକାଳେ ସମ୍ବଲପୁର ରେଳ ଷ୍ଟେସନ ନୀରିକ୍ଷଣ କରିଛନ୍ତି। ଏହି ଅବସରରେ ଗୋରଖପୁର-ହଟିଆ ମୌର୍ଯ୍ୟ ଏକ୍ସପ୍ରେସକୁ ସମ୍ବଲପୁର ପର୍ଯ୍ୟନ୍ତ ସେବା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ସୂଚନା ଦେଇଛନ୍ତି। ଗୋରଖପୁର-ହାଟିଆ ଏକ୍ସପ୍ରେସର ସମ୍ପ୍ରସାରଣ ହେଲେ ସମ୍ବଲପୁର, ବରଗଡ, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲ୍ଲାର ଯାତ୍ରୀମାନଙ୍କୁ ସୁବିଧା ଯୋଗାଇବ ବୋଲି ରେଳ ମନ୍ତ୍ରୀ କହିଛନ୍ତି। 

ରେଳ ମନ୍ତ୍ରୀ କହିଛନ୍ତି ଯେ, ସମ୍ବଲପୁର ରେଳ ଷ୍ଟେସନର ପୁନର୍ବିକାଶ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହାର ଶିଳାନ୍ୟାସ କରିବେ। ସମ୍ବଲପୁର ରେଳ ଷ୍ଟେସନର ପୁନର୍ବିକାଶରେ ପ୍ରାୟ ୩୭୦ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ। ଏହି ଷ୍ଟେସନ ମାଧ୍ୟମରେ ସହରର ଉଭୟ ପାର୍ଶ୍ୱ ସଂଯୋଗ ହୋଇପାରିବ। ସମ୍ବଲପୁର ରେଳ ଷ୍ଟେସନରେ ସମସ୍ତ ଆଧୁନିକ ସୁବିଧା ଯୋଗାଇ ଦିଆଯିବ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.