ପ୍ରମୁଖ ଖବର
  • କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ମୃତ
  • ||
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

ଜାନୁୟାରୀ ପହିଲାରୁ ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖା ବ୍ୟାନ୍

ପୁରୀ, ୧୪/୧୧ : ଶ୍ରୀମନ୍ଦିରରେ ନୂଆ ବର୍ଷରୁ ଲାଗୁ ହେବ ନୂଆ ନିୟମ । ଜାନୁୟାରୀ ପହିଲାରୁ ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖାକୁ କରାଯିବ ସମ୍ପୂର୍ଣ୍ଣ ବ୍ୟାନ୍ । ଏନେଇ ଛତିଶା ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚିଠି କରାଯାଇଛି। ଆଜିଠାରୁ ସମସ୍ତଙ୍କୁ ସଚେତନ କରାଯିବ। ଏଥି ସହ ଶ୍ରୀମନ୍ଦିର ଭିତରକୁ କୌଣସି ପଲିଥିନ୍, ଜରି ମଧ୍ୟରେ ଫୁଲ, ଭୋଗ କିମ୍ବା ବାହାର ଖାଦ୍ୟ ପଦାର୍ଥ ନଆଣିବା ପାଇଁ ପରାମର୍ଶ ଦିଆଯାଇଛି।  

ପୂର୍ବରୁ ମଧ୍ୟ ପାନ, ଗୁଟୁଖା ଖାଇ ମନ୍ଦିରରେ ପ୍ରବେଶ ଉପରେ ନିଷେଧାଦେଶ ଲାଗୁ କରାଯାଇଥିବା ବେଳେ ଧରା ପଡ଼ିଲେ ଫାଇନ୍‌ ବ୍ୟବସ୍ଥା ଲାଗୁ ହୋଇଥିଲା। ମାତ୍ର କେହି ଏହାକୁ ଖାତିର କରୁନଥିଲେ। ଫଳରେ ମନ୍ଦିର ଭିତରେ ଅସ୍ୱାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି। ତେଣୁ ପୁଣି ଥରେ ଏହି ନିୟମ ଲାଗୁ କରାଯିବା ସହ ଏଥିନିମନ୍ତେ ଆଜିଠୁ ଲୋକଙ୍କୁ ସଚେତନା କରାଯିବ। 

ଜାନୁୟାରୀ ପହିଲାରୁ ଏହି ନିୟମକୁ କଡ଼ାକଡ଼ି ଲାଗୁ କରାଯିବ । ମନ୍ଦିରକୁ ପ୍ରବେଶ କରୁଥିବା ଭକ୍ତ, ପୂଜକ, ସେବାୟତ, ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ କର୍ମଚାରୀ, ପୁଲିସ୍‌ କର୍ମଚାରୀ ସମସ୍ତଙ୍କ ପାଇଁ ଏହି ନିୟମକୁ ସମାନ ଭାବେ ଲାଗୁ କରାଯିବ ବୋଲି ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.