ପ୍ରମୁଖ ଖବର
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ଛୋଟ ବାତ୍ୟା ଆଶଙ୍କା : ୧୬ରୁ ପ୍ରବଳ ବର୍ଷା, ୮୫ ଭାଗ ପାଚିଲା ଧାନ ଅମଳ କରିବାକୁ ପରାମର୍ଶ

ଭୁବନେଶ୍ୱର, ୧୫/୧୧ : ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଆଣ୍ଡାମାନ ନିକୋବର ସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବପାତ ରୂପ ନେବ । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ବୁଧବାର ରାତିରୁ ବର୍ଷା ଆରମ୍ଭ ହୋଇଯିବ। ୧୬ରେ ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ବୁଧବାର ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ରୂପ ନେବ। ଅବପାତରେ ପରିଣତ ପରେ ଏହା ପୁଣି ଉତ୍ତର ପଶ୍ଚିମ ମୁହାଁ ହୋଇ ଆଗକୁ ବଢ଼ିବ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ଏହା ତୀବ୍ର ଅବପାତରେ ପରିଣତ ହେବ । ପରେ ପୁଣି ଦିଗ ବଦଳାଇ ୧୭ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଉପକୂଳରେ ପହଞ୍ଚିବ। 

ବରିଷ୍ଠ ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଲଘୁଚାପ ପ୍ରଭାବରେ ୧୫ରୁ ୧୭ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ । ୧୫ରେ ହାଲୁକା ବର୍ଷା ସମ୍ଭାବନା ଅଛି । ୧୬ରେ କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶାର ବାକି ଅଞ୍ଚଳରେ ହାଲୁକା ବର୍ଷା ସମ୍ଭାବନା ଅଛି । ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ତୀବ୍ର ଅବପାତ ଯାଏ ଯିବ ଓ ୧୭ରେ ବାଂଲାଦେଶ ଉପକୂଳ ଛୁଇଁବ ବୋଲି ସେ ଆକଳନ କରିଛନ୍ତି । ବର୍ଷା ଆରମ୍ଭ ପୂର୍ବରୁ ୮୫ ଭାଗ ପାଚି ଯାଇଥିବା ଧାନକୁ କାଟି ନେଇ ଅମଳ କରି ସୁରକ୍ଷିତ ସ୍ଥାନରେ ରଖିବାକୁ ପରାମର୍ଶ ଦିଆଯାଇଛି । କଟା ଯାଇଥିବା ଧାନକୁ ବେଙ୍ଗଳା କରି ଦେବା ନଚେତ ସମସ୍ତ କଟା ଧାନ ଅମଳ ସମ୍ଭବ ନ ହେଲେ ସୁରକ୍ଷିତ ସ୍ଥାନରେ ପାଲ କିମ୍ବା ପଲିଥିନ ଘୋଡାଇ ରଖିବାକୁ କୃଷି ବିଭାଗ ପରାମର୍ଶ ଦେଇଛି । 

ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି, ବୁଧବାର ରାତିରୁ ବର୍ଷା ଆରମ୍ଭ ହୋଇଯିବ। ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହୋଇପାରେ। ଲଘୁଚାପ ଘନୀଭୂତ ହୋଇ ଅବପାତ ଓ ପରେ ତୀବ୍ର ଅବପାତ ରୂପ ନେବ । ଛୋଟ ବାତ୍ୟା ହେବାର ଆଶଙ୍କା ଅଛି ବୋଲି ସେ କହିଛନ୍ତି ।ପାଣିପାଗ ବିଭାଗର ଆକଳନ କହୁଛି, ୧୭ରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହେବ । ଦାରିଙ୍ଗିବାଡ଼ି ଓ କୋରାପୁଟରେ ଆଜିର ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ରହିଥିଲା ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.