ବ୍ରହ୍ମପୁର, ୨୫।୧୦ : ସମ୍ଭାବ୍ୟ ବାତ୍ୟା ପାଇଁ ଗଞ୍ଜାମରେ ଛୁଟି ବାତିଲ। ଆସନ୍ତା ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ। ମୁଖ୍ୟାଳୟ ଛାଡ଼ି କେହି ନ ଯିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ।
ସୂଚନାଯୋଗ୍ୟ ଯେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତ କ୍ଷେତ୍ର ସକ୍ରିୟ ରହିଛି। ଆଗକୁ ଅଧିକ ଘନୀଭୂତ ହୋଇ ୨୬ରେ ଗଭୀର ଅବପାତରେ (ଡିପ୍ ଡିପ୍ରେସନ) ରୂପ ନେବ । ୨୭ ସକାଳ ସୁଦ୍ଧା ଦକ୍ଷିଣ- ପଶ୍ଚିମ ଓ ପାର୍ଶ୍ଵବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବ । ଏହାର ତୀବ୍ରତା କେତେ ରହିବ? କେଉଁଠି ସ୍ଥଳଭାଗ ଅତିକ୍ରମ କରିବ? ତାହା ସ୍ପଷ୍ଟ ହୋଇନଥିଲେ ବି ୨୭ରେ ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ଆଇଏମଡି ।୨୪ ଘଣ୍ଟାରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ୧୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି।
ଏହା ପ୍ରଭାବରେ ଓଡ଼ିଶା ଉପକୂଳରେ ୨୮ ଓ ୨୯ରେ ପବନ ବେଗ ଘଣ୍ଟା ପ୍ରତି ୫୦-୬୦ କିମି ରହିପାରେ । ପବନର ଝଟକା ୭୦କିମି ପର୍ଯ୍ୟନ୍ତ ଯାଇପାରେ । ଆସନ୍ତା ୨୬ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ମନା କରାଯାଇଛି। ୨୫ ଓ ୨୬ରେ ଦକ୍ଷିଣ ଓ ଉପକୂଳର କିଛି ଜାଗାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୭ରେ ଅନେକ ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ହେବ । ଗଞ୍ଜାମ, ଗଜପତି, ରାୟଗଡ଼ାରସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି,କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ;ବୌଦ୍ଧ, ନୟାଗଡ଼, ପୁରୀ, ଖୋର୍ଦ୍ଧା,ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ଅଛି ।