ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ଫ୍ଲୋରିଡାରେ ବନ୍ୟା, ୟୁଏସ୍‌ଏ-ଆୟର୍ଲାଣ୍ଡ୍‌ ମ୍ୟାଚ୍‌ ବାତିଲ ଆଶଙ୍କା
  • ||
  • ମଙ୍ଗଳବାର ଖୋଲିବ ସ୍କୁଲ: ପ୍ରଥମରୁ ଦିଆଯିବ ମଧ୍ୟାହ୍ନଭୋଜନ, ରୋଷେଇ ପୂର୍ବରୁ ସାମଗ୍ରୀ ଯାଞ୍ଚ କରିବାକୁ ନିର୍ଦ୍ଦେଶ
  • ||
  • ରଥଖଳା ହାଲ୍‌ଚାଲ୍‌...ପାଞ୍ଚ ଦେବ ଦମ୍ପତିଙ୍କୁ ଏକତ୍ର ପନ୍ତି ଅର୍ପଣ ସମ୍ପନ୍ନ, ଦଣ୍ଡାରେ ଲାଗିଲା ଆଗ-ପଛ ମୁହାଁଟ
  • ||
  • କୋଣାର୍କ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ୍, ୨ ମୃତ ୧୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଅସ୍ଥାୟୀ ବାଚସ୍ପତି: ୧୮ ଓ ୧୯ରେ ବିଧାୟକଙ୍କ ଶପଥ ଉତ୍ସବ, ୨୦ରେ ବାଚସ୍ପତି ନିର୍ବାଚନ
  • ||
  • ଶୁକ୍ରବାର ଶ୍ରୀମନ୍ଦିର ନୀତି ସବ୍‌କମିଟି ଓ ଛତିଶା ନିଯୋଗ ବୈଠକ, ସ୍ନାନଯାତ୍ରା ନୀତି ନିର୍ଘଣ୍ଟକୁ ମିଳିବ ଅନୁମୋଦନ
  • ||
  • ରଜ ମଉଜକୁ ଫିକା କରିଦେବ ଗୁଳୁଗୁଳି, ଆସନ୍ତା ୨ ଦିନ ଯାଏ ତାତିରୁ ନାହିଁ ନିସ୍ତାର
  • ||

ସୋମବାର ରାଶିଫଳ: କର୍ମରେ ବିଫଳତା ଓ ସହକର୍ମୀଙ୍କ ସହ ବିବାଦ ଦେଖା ଦେବ, ଅଟକିଥିବା କାମ ସଫଳ ହେବ

ମେଷ: ଅପରାହ୍ଣ ୧ଟା ୨୨ ମିନିଟ୍‌ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉତ୍ତମ ଆୟ, ଆର୍ଥିକ ଅବସ୍ଥାରେ ଉନ୍ନତି,ସ୍ୱଜନ, ପରିଜନଙ୍କ ସାହାଯ୍ୟ, ସହଯୋଗ ଏବଂ କର୍ମରେ ଆଶାତୀତ ସଫଳତା ମିଳିବ । ଏହା ପରେ ପଞ୍ଚମ ଚନ୍ଦ୍ର ଏବଂ ଘାତ ନକ୍ଷତ୍ର ଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ମନ ଚାପଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ବାଧା ବିଘ୍ନ ଦେଖା ଦେବ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ସୁଫଳ ପାଇବେ ।ଶୁଭରଙ୍ଗ: ଲାଲ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।

ବୃଷ: ତୃତୀୟ ଏବଂ ଚତୁର୍ଥ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହାୟତା ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ ।କର୍ମରେ ସଫଳତା ଏବଂ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ମିଳିବ । ଯେଉଁ ମାନଙ୍କର ମୃଗଶିରା ବୃଷ ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା: ମା’ କମଳା ।

ମିଥୁନ: ଘାତବାରଏବଂ ଅପରାହ୍ନ ୧ଟା ୧୨ ମିନିଟ୍‌ ପର୍ଯ୍ୟନ୍ତ କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟଏବଂ ଆର୍ଥିକ କାରବାର ବେଳେ ସତର୍କ ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖା ଦେବ ଏବଂ କର୍ମରେ ବହୁବିଧ ସମସ୍ୟା ଆସିବ । ଏହା ପରେ ତୃତୀୟ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ସମସ୍ତ କର୍ମରେ ଶୁଭଫଳ ମିଳିବ । ଯେଉଁ ମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ: ଅପରାହ୍ଣ ୧ଟା ୨୨ ମିନିଟ୍‌ ପର୍ଯ୍ୟନ୍ତ ଶ୍ରୀଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସ୍ୱଜନ, ପରିଜନ, ବନ୍ଧୁ ଓ ପଡ଼ୋଶୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ପରିବାରରେ ସୁଖ, ଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ କିଛିଟା ସଫଳତା ମିଳିବ । ଏହା ପରେ ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ଆର୍ଥିକ କ୍ଷତି ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ସହ ବିବାଦ ଦେଖା ଦେବ ।ଯେଉଁମାନଙ୍କର ଅଶ୍ଳେଷା କର୍କଟ ଓ ଯାହାର ପ୍ରଥମ ନାମାକ୍ଷରଡି, ଡୁ, ଡେ, ଡୋ ସେମାନେ ସତର୍କ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୫, ଆରାଧନା: ମା’ ଭୁବନେଶ୍ୱରୀ ।

ସିଂହ : ଦ୍ୱାଦଶ ଚନ୍ଦ୍ର ଏବଂ ଶ୍ରୀଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ । ସଠିକ୍‌ ସମୟରେ ସଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ ଅଟକିଥିବା କାମ ଆଜି ସଫଳତାର ସହ ସମ୍ପାଦନ କରିବେ । ଯେଉଁମାନଙ୍କର ପୂର୍ବାଫାଲ୍‌ଗୁନୀ ସିଂହ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ, ସଂଖ୍ୟା: ୩, ଆରାଧନା : ପ୍ରଭୁ ଗଜାନନ ।

କନ୍ୟା: ଏକାଦଶ ଓ ଦ୍ୱାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଆୟ ତୁଳନାରେ ବ୍ୟୟ ବହୁତ କମ୍‌ ରହିବ ଏବଂ ଧନର ସତ୍‌ ବିନିଯୋଗ କରିବେ । ମୂଲ୍ୟବାନ ଧାତୁ, ଭୂମିକ୍ରୟ କରିପାରନ୍ତି କିମ୍ବା ଗୃହ ନିର୍ମାଣ ଆରମ୍ଭ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ଓ ଦରମାରେ କିଛି ବୃଦ୍ଧି କିମ୍ବା ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ଚିତ୍ରାକନ୍ୟା ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ମେରୁନ୍‌, ସଂଖ୍ୟା: ୪, ଆରାଧନା: ମା’ ଛିନ୍ନମସ୍ତା ।

ତୁଳା: ଦଶମ ଓ ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଏବଂ ସୋମବାର ଯୋଗୁ ଭାଗ୍ୟରେ, କର୍ମରେ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ନୂତନ ଆୟର ପନ୍ଥା ଖୋଲିବ । ବ୍ୟବସାୟରେ ଓ କର୍ମରେ ଆଜି ଅତ୍ୟଧିକ ଶୁଭ ଫଳ ମିଳିବ ଏବଂ ସମସ୍ତ ଅଟକିଥିବା କାମ ଓ ବନ୍ଦ ହୋଇଥିବା କାର୍ଯ୍ୟ ଆଜି ସମ୍ପୂର୍ଣ୍ଣ ହେବ । ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ ଏବଂ ନୂତନ କର୍ମାରମ୍ଭର ଯୋଜନା କରିବେ । ଯେଉଁ ମାନଙ୍କର ଚିତ୍ରା ଓ ବିଶାଖା ତୁଳା ସେମାନେ ଉପକୃତ ହେବେ ।ଶୁଭରଙ୍ଗ: ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା: ଅପରାହ୍ଣ ୧ଟା ୨୨ ମିନିଟ୍‌ ପର୍ଯ୍ୟନ୍ତ କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ମାନ, ସମ୍ମାନ ହାନି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦା ବସ୍ଥା ଲାଗି ରହିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ ।କର୍ମରେ ବିଫଳତା ଏବଂ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଏହାପରେ ଦଶମ ଚନ୍ଦ୍ର ଯୋଗୁ ସ୍ଥିତିରେ ପରିବର୍ତ୍ତନ ଆସିବ ଏବଂ ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ଜ୍ୟେଷ୍ଠା ବିଛା ସେମାନେ ଉପକୃତ ହେବେ । ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।

ଧନୁ : ଅଷ୍ଟମ ଓ ନବମ ଚନ୍ଦ୍ରଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଗୁରୁଜନ ଓ ପଦସ୍ଥ ଅଧିକାରୀଙ୍କ ସହ କଥାବାର୍ତ୍ତା ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିପର୍ଯ୍ୟୟ, କର୍ମରେ ବିଫଳତା, ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ସ୍ୱଜନରେ ବିବାଦ, ଗୁରୁଜନଙ୍କ ସହ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ଯେଉଁ ମାନଙ୍କର ମୂଳା ଧନୁ ଓ ଯାହାର ପ୍ରଥମ ନାମାକ୍ଷର ଯୋ ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୨, ଆରାଧନା : ମା’ ତାରା ।

ମକର : ଅପରାହ୍ଣ ୧ଟା ୨୨ ମିନିଟ୍‌ପର୍ଯ୍ୟନ୍ତ ସପ୍ତମ ଚନ୍ଦ୍ର ଯୋଗୁ ସ୍ତ୍ରୀ ସୌଖ୍ୟ, ସ୍ତ୍ରୀ ହେତୁକ ଧନପ୍ରାପ୍ତି ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଏବଂ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖା ଦେବ । ଏହା ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ବିଘ୍ନ ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ମକର ଓ ଯାହାର ପ୍ରଥମ ନାମାକ୍ଷର ଭୋ, ଦା, ଦି ସେମାନେ ସତର୍କ ହେବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ଷଷ୍ଠ ଓ ସପ୍ତମ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ମିଳିବ । କର୍ମରେ ସଫଳତା, ସମ୍ମାନ ଏବଂ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତି ହେବ । ଯେଉଁମାନଙ୍କର ପୂର୍ବଭାଦ୍ରକୁମ୍ଭ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

ମୀନ : ପଞ୍ଚମ ଚନ୍ଦ୍ର ଅପରାହ୍ଣ ୧ଟା ୨୨ ମିନିଟ୍‌ ପର୍ଯ୍ୟନ୍ତ ରହୁଥିବାରୁ ସେ ସମୟ ପର୍ଯ୍ୟନ୍ତ ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ ।ଏହା ପରେ ଷଷ୍ଠଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ସଫଳତା ଏବଂ ସମସ୍ତଙ୍କର ସାହାଯ୍ୟ, ସହଯୋଗ ମିଳିବ । କର୍ମରେ ସଫଳତା ଏବଂ ଉଚ୍ଚ ସମ୍ମାନ ଓ ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୫, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ

ମୋବାଇଲ୍.: ୯୪୩୭୧୩୩୪୭୩

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.