ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଏହି ରାଶିର ବ୍ୟକ୍ତି ମୂଲ୍ୟବାନ ଧାତୁ, ବସନ, ଭୂଷଣ ଓ ଘରୋଇ ଉପକରଣ କ୍ରୟ କରିବେ

ମେଷ : ସକାଳ ୯ଟା ୩୫ ମିନିଟ୍‌ ପର୍ଯ୍ୟନ୍ତ ଏକାଦଶ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ, କର୍ମରେ କିଛିଟା ସଫଳତା ମିଳିବ । ଏହାପରେ ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଅହେତୁକ ଭାବେ ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଆଳସ୍ୟତା ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ବୃଷ : ଦଶମ ଓ ଏକାଦଶ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଉପ୍‌ସିତ ପଦାର୍ଥ ହାତପାହାନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ଅସମ୍ଭବ ସଫଳତା ଏବଂ ଉନ୍ନତି ଆସିବ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ଧଳା, ସଂଖ୍ୟା : ୨, ଆରାଧନା : ମା’ କମଳା ।

ମିଥୁନ : ସକାଳ ୯ଟା ୩୫ ମିନିଟ୍‌ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ବ୍ୟବସାୟରେ ମାନ୍ଦାବସ୍ଥା ଏବଂ କର୍ମରେ ବାଧା ବିଘ୍ନ ଦେଖା ଦେବ । ଏହାପରେ ଦଶମ ଚନ୍ଦ୍ର ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଗୁରୁତ୍ୱ ଦେବେ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା ଓ ପରିବାରର ସୁଖ,ଶାନ୍ତି ଅତୁଟ ରହିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ସକାଳ ୯ଟା ୩୫ ମିନିଟ୍‌ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ କ୍ଷତି, କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖା ଦେବ । ଏହାପରେ ନବମ ଚନ୍ଦ୍ର, ସୋମବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭ ଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଅଶ୍ଳେଷା କର୍କଟ, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୨, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ସକାଳ ୯ଟା ୩୫ ମିନିଟ୍‌ ପରେ ଅଷ୍ଟମ ଚନ୍ଦ୍ର ଏବଂ ଅପରାହ୍ନ ୨ଟା ୫୬ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦ, ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ମଘା ଓ ପୂର୍ବା ଫାଲ୍‌ଗୁନୀ ସିଂହ, ସେମାନେ ସତର୍କ ହେବେ । 

ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଷଷ୍ଠ ଓ ସପ୍ତମ ଚନ୍ଦ୍ର ଯୋଗୁ ମୂଲ୍ୟବାନ ଧାତୁ, ବସନ, ଭୂଷଣ  ଓ ଘରୋଇ ଉପକରଣ କ୍ରୟ କରିବେ । ମନରେ ପ୍ରସନ୍ନତା, ପରିବାରରେ ସୁଖ, ଶାନ୍ତି ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ପ୍ରାପ୍ତି ହେବ । ଆମୋଦପ୍ରମୋଦ ଏବଂ ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ସବୁଜ, ସଂଖ୍ୟା : ୩, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ପଞ୍ଚମ ଓ ଷଷ୍ଠଚନ୍ଦ୍ର ଭୋଗ ହେଉଥିବାରୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁ ତ୍ପନ୍ନମତି, ଦୂର ଦୃଷ୍ଟି, ଧୀ ଶକ୍ତି ଓ ସ୍ମରଣ ଶକ୍ତି ବୃଦ୍ଧି ପାଇବ ଏବଂ ମନରେ ଦୃଢ଼ ଇଚ୍ଛା ଶକ୍ତି, ଆତ୍ମ ବିଶ୍ୱାସ ଦେଖାଦେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ ଗାୟତ୍ରୀ ।

ବିଛା : ସକାଳ ୯ଟା ୩୫ ମିନିଟ୍‌ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ବାଣିଜ୍ୟ, ବ୍ୟବସାୟରେ କ୍ଷତି, କର୍ମରେ ବିଫଳତା, ପରିବାରରେ ଅଶାନ୍ତି ଏବଂ ଶାରୀରିକ ପୀଡ଼ା ଭୋଗିବେ । ଏହାପରେପଞ୍ଚମ ଚନ୍ଦ୍ର, ସୋମବାର ଓ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ଧନୁ : ସକାଳ ୯ଟା ୩୫ ମିନିଟ୍‌ ପରେ ଘାତଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ଧନକୁ ନେଇ ବିବାଦ ଏବଂମାଲି ମକଦ୍ଦମାରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ମୂଳା ଧନୁ ସେମାନେ ସତର୍କ ହେବେ । 

ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : ଦ୍ୱିତୀୟ ଓ ତୃତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ ବୃଦ୍ଧି ପାଇବ ଏବଂ ଅସମ୍ଭବକୁ ସମ୍ଭବ କରିବାରେ ସଫଳ ହେବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସାହାଯ୍ୟ, ସହଯୋଗ ଓ ଭାଇ, ଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ଶ୍ରବଣାମକର, ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଭୈରବୀ ।

କୁମ୍ଭ : ଶ୍ରୀଚନ୍ଦ୍ର ଏବଂ ଦ୍ୱିତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭ ଫଳ ମିଳିଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ମିଳିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଂଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ମିଳିଲେ ମଧ୍ୟ ବହୁ ସମସ୍ୟା ଦେଖା ଦେବ । ଯେଉଁମାନଙ୍କର ଶତ ଭିଷାକୁମ୍ଭ ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

ମୀନ : ସୋମବାର, ସକାଳ ୯ଟା ୩୫ ମିନିଟ୍‌ ପରେ ଶ୍ରୀଚନ୍ଦ୍ର ଯୋଗୁ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ସମ୍ପର୍କ ନିବିଡ଼ ହେବ ଏବଂ ତାଙ୍କର ସାହାଯ୍ୟ, ସହଯୋଗ ମିଳିବ । ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ରହିବ ଏବଂ କର୍ମରେ ସଫଳତା ଶିଖର ଛୁଇଁବ । ଯେଉଁମାନଙ୍କର ରେବତୀ ଓ ଉତ୍ତର ଭାଦ୍ର ମୀନ ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

 

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.