ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

କଳାହାଣ୍ଡି ମୁରଲୀଝର ପ୍ରକଳ୍ପ ଓ ମୟୁରଭଞ୍ଜ ଦାମୋଦରପୁର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୮୬.୨୫ କୋଟି ଟଙ୍କା ମଞ୍ଜୁର

Published By : Prameya | November 29, 2023 7:48 PM

ଭୁବନେଶ୍ବର, ୨୯।୧୧ :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ  ଅନୁମୋଦନ କରିଛନ୍ତି।     ପ୍ରକଳ୍ପ ଦୁଇଟି ହେଉଛି   କଳାହାଣ୍ଡି ଜିଲ୍ଲା ମୁରଲିଜୋର ଉପରେ ମୁରଲିଝର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଏବଂ ମୟୁରଭଞ୍ଜ ଗଙ୍ଗାହର ନଦୀ ଉପରେ ଦାମୋଦରପୁର ନଦୀଗର୍ଭ ଜଳାଶୟ ପ୍ରକଳ୍ପ। ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ସମୁଦାୟ ୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ କଳାହାଣ୍ଡି ମୁରଲୀଝର ପ୍ରକଳ୍ପ ପାଇଁ ୪୧.୨୫ କୋଟି, ମୟୁରଭଞ୍ଜ ଦାମୋଦରପୁର ପ୍ରକଳ୍ପ ପାଇଁ ୪୫ କୋଟି ମଞ୍ଜୁର ହୋଇଛି।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ  ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି  ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି।

ଏହାଦ୍ବାରା କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଏବଂ ମୟୁରଭଞ୍ଜ ଜିଲ୍ଲା ବଡସାହି ବ୍ଲକର ଜନସାଧାରଣ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ  ଏହା ବିଶେଷ ସହାୟକ ହେବ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.