ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ହାତ ଧରିଲେ ପୂର୍ବତନ ସାଂସଦ ଜୟରାମ ପାଙ୍ଗି

ଭୁବନେଶ୍ବର,୨।୧୨ : BRS ଛାଡି  ହାତ ଧରିଲେ କୋରାପୁଟର ବରିଷ୍ଠ ରାଜନେତା ତଥା ପୂର୍ବତନ ସାଂସଦ ଜୟରାମ ପାଙ୍ଗି । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ  ସେ ଯୋଗ ଦେଇଛନ୍ତି।  ଏହା ପୂର୍ବରୁ ସେ ବିଜେପି ଏବଂ ବିଜେଡି ଦଳରେ କାମ କରିଛନ୍ତି । କଂଗ୍ରେସରେ ମିଶିବା ପରେ  ବାପାଙ୍କୁ ମନେ ପକେଇଲେ  ଜୟରାମ।  ବାପାଙ୍କ ଦଳରେ ଯୋଗ ଦେଲି କହିଲେ ଜୟରାମ ପାଙ୍ଗୀ।  ଯେଉଁ ପର୍ଯ୍ୟନ୍ତ କଂଗ୍ରେସକୁ ନଆସିଚୁ ଘରକୁ ଆସିବୁନି କହିଥିଲେ । ଆଜି ବାପାଙ୍କ ଆତ୍ମା ଖୁସି ହୋଇଥିବ କହିବା ସାଙ୍ଗକୁ ଆଗକୁ ନେତୃତ୍ୱ ନେବାକୁ ପ୍ରସ୍ତୁତ ଥିବା ସେ କହିଛନ୍ତି । ଜୟରାମ ପାଙ୍ଗୀ ବଞ୍ଚିଥିବା ପର୍ଯ୍ୟନ୍ତ ଆଦିବାସୀଙ୍କ ଜମିକୁ ହସ୍ତାନ୍ତର କରିବାକୁ ଦେବ ନାହିଁ  ବୋଲି କଂଗ୍ରେସରେ ମିଶିବା ପରେ ସେ ପ୍ରତିକ୍ରିୟା ଦେଇଛନ୍ତି ।

ସେହିପରି କଂଗ୍ରେସ ଭବନରେ ତଳସରାର ପୂର୍ବତନ ବିଧାୟକ ରଂଜିତ ଭିତ୍ରିଆ ବିଜେଡ଼ି ଛାଡି କଂଗ୍ରେସ ରେ ଯୋଗ ଦେଇଛନ୍ତି । ଏଥି ସହିତ  ଅନେକ ବୁଦ୍ଧିଜୀବୀ ଓ ଯୁବ ନେତା ବିଜେପି ଓ ବିଜେଡି ଛାଡି କଂଗ୍ରେସ ରେ ସାମିଲ ହୋଇଛନ୍ତି  । ଏହି ମିଶ୍ରଣ ପର୍ବରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ବରିଷ୍ଠ କଂଗ୍ରେସ ନେତାଙ୍କ ଉପସ୍ଥିତି ରେ ଯୋଗ ଦେଇଛନ୍ତି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.