ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଜୁନିଅର ଟିଚର ନିଯୁକ୍ତି ଅନିୟମିତତା ମାମଲା, ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ

କଟକ, ୩୧।୦୧ : ଜୁନିଅର ଟିଚର ନିଯୁକ୍ତି ଅନିୟମିତତା ମାମଲା। ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ । ନିଯୁକ୍ତି ପ୍ରକ୍ରିୟା ଉପରେ ଲାଗିଥିବା ଅନ୍ତରୀଣ ରହିତାଦେଶ ବଳବତ୍ତର ରହିଛି। ବୁଧବାର ମାମଲାର ଚୂଡାନ୍ତ ଶୁଣାଣି ଚାଲିଥିବା ବେଳେ ରାଜ୍ୟ ସରକାର କେତୋଟି ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଛନ୍ତି । ଯାହାକୁ ଆବେଦନକାରୀ ବିରୋଧ କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଏ ପ୍ରଶ୍ନ ଉଠିଥିଲା କି, ଶିକ୍ଷକ ନିଯୁକ୍ତି ଜିଲ୍ଲା ଭିତ୍ତିକ ହେଉଛି ନା ରାଜ୍ୟ ଆଧାରରେ। ଯାହା ଉତ୍ତରରେ( ଏଜି) କହିଛନ୍ତି କି, ନିଯୁକ୍ତି ଜିଲ୍ଲା ଆଧାରରେ ହେବାର ଅଛି।

ତେବେ ପ୍ରାର୍ଥୀ ଚୟନ ପ୍ରକ୍ରିୟା ଚାଲିଥିବା ବେଳେ ନିୟମରେ କାହିଁକି ପରିବର୍ତ୍ତନ କରାଗଲା ବୋଲି ଆବେଦନକାରୀ ପ୍ରଶ୍ନ କରିଛନ୍ତି । ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ହାଇକୋର୍ଟ ତାଙ୍କ ରାୟକୁ ସଂରକ୍ଷିତ ରଖିଛନ୍ତି। ଯାହା କୌଣସି ମୁହୂର୍ତ୍ତରେ ପ୍ରକାଶ ପାଇପାରେ। 

୨୦୨୩ ଅକ୍ଟୋବର ୨୩ ତାରିଖରେ ପ୍ରାୟ ୨୦ ହଜାର ଜୁନିଅର ଟିଚର ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପରେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଲା ଏବଂ କିଛି ପ୍ରାର୍ଥୀ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ହୋଇଥିବାର ଅଭିଯୋଗ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ମାମଲାର ପ୍ରାରମ୍ଭିକ ଶୁଣାଣି କରି ଗତ ୧୯ ତାରିଖ ଦିନ ନିଯୁକ୍ତି ପ୍ରକ୍ରିୟା ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.