ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଜାଣନ୍ତୁ କେଉଁ ରାଶିରେ ଧନ, ସମ୍ପଦ ବୃଦ୍ଧି ପାଇବ

ମେଷ : ଚତୁର୍ଥ ଚନ୍ଦ୍ର ଏବଂ ସକାଳ ୮ଟା ୧୬ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦ ବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ ବାରବାର ଏବଂ ସ୍ୱଜନରେ କଥାବାର୍ତ୍ତା ବେଳେ ସତର୍କ ହେବେ । ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରର ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହ କର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ । 

ଶୁଭରଙ୍ଗ: ହଳଦିଆ, ସଂଖ୍ୟା : ୩, ଆରାଧନା: ମା’ ବଗଳାମୁଖୀ ।

ବୃଷ : ତୃତୀୟ ଚନ୍ଦ୍ର, ପୂର୍ଣ୍ଣିମା ତିଥି ଏବଂ ସକାଳ ୮ଟା ୧୬ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତକର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କ କର୍ମ କୁଶଳତା ପ୍ରକାଶ ପାଇବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ସମଲେଶ୍ୱରୀ ।

ମିଥୁନ : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଧନ ଓ ଆୟ ପ୍ରତି ମନରେ ଅଧିକ ଦୁର୍ବଳତା ପ୍ରକାଶ ପାଇବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରଖିବେ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ ଆତ୍ମ ସନ୍ତୋଷ ମିଳିବ ନାହିଁ । ଯେଉଁମାନଙ୍କର ମୃଗ ଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା: ୬, ଆରାଧନା: ଭଗବାନ ବିଷ୍ଣୁ ।

କର୍କଟ : ଶ୍ରୀଚନ୍ଦ୍ର, ଗୁରୁବାର ଯୋଗୁ ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖ ଶାନ୍ତି ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ଆମୋଦ ପ୍ରମୋଦ, ମଉଜ, ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ମନରେ ଧାର୍ମିକ ଭାବନା ଜାଗ୍ରତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ  ମଧ୍ୟ ମନରେ ଆତ୍ମ ସନ୍ତୋଷ ରହିବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ ।

 ସିଂହ : ଦ୍ୱାଦଶଚନ୍ଦ୍ର ଏବଂ ସକାଳ ୮ଟା ୧୬ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ବହୁତ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ି ଯିବ । କର୍ମରେ ବିଫଳତା ଓ କର୍ମପ୍ରତି ଆଳସ୍ୟତା ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ସେମାନେ ସତର୍କ ହେବେ । 

ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୩, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଏକାଦଶ ଚନ୍ଦ୍ର, ପୂର୍ଣ୍ଣିମା ତିଥି ଏବଂ ସକାଳ ୮ଟା ୧୬ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛିମାତ୍ରାରେ ସମର୍ଥ ହେବେ । ଅର୍ଥ କଷ୍ଟ ଓ ଅବସାଦରୁ ମୁକ୍ତ ହେବେ ଏବଂ ଆର୍ଥିକ ସ୍ଥିତିରେ କିଛିଟା ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ: କଫି, ସଂଖ୍ୟା: ୪, ଆରାଧନା: ମା’ ତ୍ରିପୁରସୁନ୍ଦରୀ ।

ତୁଳା : ଘାତବାର ଏବଂ ଦଶମଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭ ଫଳ ମିଳିଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ମିଳିବ ନାହିଁ । ବ୍ୟବସାୟ ଅପେକ୍ଷା କର୍ମରେ  ଅଧିକ ସଫଳତା ମିଳିବ ଏବଂ ବ୍ୟବସାୟ ଅପେକ୍ଷାକର୍ମରେ ଅଧିକ ଧ୍ୟାନ ଦେବେ । ନୂତନ କର୍ମାରମ୍ଭର ଯୋଜନା କରିବେ କିମ୍ବା ନୂତନ ନିଯୁକ୍ତିର ଖବର ମିଳିପାରେ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୮, ଆରାଧନା : ମା’ କମଳା ।

ବିଛା : ନବମ ଚନ୍ଦ୍ର, ଗୁରୁବାର ଏବଂ ପୂର୍ଣ୍ଣିମାତିଥି ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମନରେ ଉନ୍ନତ ଚିନ୍ତାଧାରା ଏବଂ ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକକର୍ମରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଅସମ୍ଭବ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସୁଫଳପାଇବେ । 

ଶୁଭରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ପ୍ରଭୁହନୁମାନ ।

ଧନୁ : ଅଷ୍ଟମଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍‌ ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ସତର୍କ ହେବେ ।

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ପ୍ରଭୁଗଜାନନ ।

ମକର : ସପ୍ତମଚନ୍ଦ୍ର ଏବଂ ସକାଳ ୮ଟା ୧୬ ମିନିଟ୍‌ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ମନରେ ପ୍ରସନ୍ନତା ଭାବ ଦେଖା ଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହ କର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ଉତ୍ତରା ଷାଢ଼ା ଓ ଧନିଷ୍ଠାମକର ସେମାନେ ସୁଫଳପାଇବେ ।

ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

କୁମ୍ଭ : ଷଷ୍ଠଚନ୍ଦ୍ର ଏବଂ ଘାତବାର ଯୋଗୁ ଘାତବାରର ପ୍ରଭାବ କମ୍‌ ରହିବ । ରୋଗ, ଋଣ ଓ ଶତ୍ରୁ-ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ମନରେ ଧାର୍ମିକ ଭାବନା ଜାଗ୍ରତ ହେବ ଏବଂ ପରିବାରରେ ସୁଖ ଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।

 ମୀନ : ପଞ୍ଚମ ଚନ୍ଦ୍ର, ଗୁରୁବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପା ଓ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖ, ଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ ସମୟାନୁବର୍ତ୍ତିତା ଦେଖା ଦେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀମୀନ ସେମାନେ ସୁଫଳ ପାଇବେ ।

ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।

 

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଫୋନ୍.: ୯୪୩୭୧୩୩୪୭୩

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.