ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଡୁମେରମୁଣ୍ଡା ବିଦ୍ୟାଳୟରେ ଭାଷା,ସାହିତ୍ୟ ଓ ସୃଜନଶୀଳତା ଉତ୍ସବ

କେସିଙ୍ଗା,୩।୨: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଉଦଘାଟନ ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଦ୍ୟାଳୟ ସ୍ତରୀୟ ଭାଷା, ସାହିତ୍ୟ ଓ ସୃଜନଶୀଳତା ଉତ୍ସବ ସିରୋଲ ପଞ୍ଚାୟତର ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସିମାଞ୍ଚଳ ସାହା ମୁଖ୍ୟ ଅତିଥି ଓ କେସିଙ୍ଗା ବ୍ଲକ 'ପ୍ରମେୟ' ପ୍ରତିନିଧି  ଗଜିନ୍ଦ୍ର ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦାନ କରି ଓଡିଆ ଭାଷା ଓ ସାହିତ୍ୟ ଉପରେ ମତପୋଷଣ କରିଥିଲେ। 

ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଲିଶା ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଯାମଲାର୍ଜୁନ ସାହୁ, ଉପେନ୍ଦ୍ର ମାଝୀ ପ୍ରମୁଖ ମଞ୍ଚାସୀନ ରହିଥିଲେ । ଶିକ୍ଷକ ସୁରେନ୍ଦ୍ର ଦୋରା ସଭା ସଂଚାଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟର ପୁରାତନ ଛାତ୍ର ଶଙ୍କରଦେବ ଗୁରୁ, ଗୋପବନ୍ଧୁ ଗହୀର, ପଙ୍କଜ ପୁଟେଲ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ଏହି ଅବସରରେ ପ୍ରତିଯୋଗୀତାରେ କୃତିତ୍ୱ ହାସଲ କରିଥିବା ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.