ପ୍ରମୁଖ ଖବର
  • କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ମୃତ
  • ||
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

‘ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା’ର ଶୁଭାରମ୍ଭ ; ଯୋଜନାରେ ରହିଛି ୧୬ଟି କାର୍ଯ୍ୟକ୍ରମ, ଚଳିତବର୍ଷ ଖର୍ଚ୍ଚ ହେବ ୪୪୮କୋଟି

ଭୁବନେଶ୍ବର,୨୧/୧୧ : ବିଶ୍ବ ମତ୍ସ୍ୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ଆରମ୍ଭ କରିଛନ୍ତି । ଏହି ଯୋଜନାରେ ମତ୍ସ୍ୟଜୀବୀମାନଙ୍କ ପାଇଁ ୧୬ଟି କାର୍ଯ୍ୟକ୍ରମ ରହିଛି ଏବଂ ଏବର୍ଷ ଏଥିପାଇଁ ୪୪୮ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ, ମତ୍ସ୍ୟଚାଷୀ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ନିବେଦନ କରି କହିଛନ୍ତି ଯେ ଆପଣମାନଙ୍କ କଲ୍ୟାଣ ଓ ବିକାଶ ପାଇଁ ଏହି ଯୋଜନା ଆରମ୍ଭ କରାଯାଇଛି । ଆପଣମାନେ ଏହାର ସୁଯୋଗ ନେଇ ନିଜର ଓ ରାଜ୍ୟର ସମୃଦ୍ଧିରେ ଯୋଗଦାନ ରଖନ୍ତୁ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମ ରାଜ୍ୟରେ ପ୍ରଚୁର ଜଳସଂପଦ ରହିଛି । ଅର୍ଥନୀତିର ବିକାଶ ପାଇଁ ଜଳସଂପଦର  ପୂର୍ଣ୍ଣ ବିନିଯୋଗ ଆମର ଲକ୍ଷ୍ୟ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଏହି ଯୋଜନାର ମୁଖ୍ୟ ଲକ୍ଷ୍ୟ ହେଉଛି ମତ୍ସ୍ୟ ଉତ୍ପାଦନ ବୃଦ୍ଧି କରିବା, ସେମାନଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି କରିବା, ମା‘ମାନଙ୍କୁ ସଶକ୍ତ କରିବା ଏବଂ ସର୍ବୋପରି ରାଜ୍ୟର ଆର୍ଥିକ ବିକାଶ କରିବା । ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା ଏ ସବୁ କାର୍ଯ୍ୟକ୍ରମକୁ ଆହୁରି ଆଗକୁ ନେବ ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଏହି କାର୍ଯ୍ୟକ୍ରମ ଆମର ୫ଟି ନୀତିରେ     କାର୍ଯ୍ୟକାରୀ କରାଯିବ । ଏଥିରେ ୧୧,୦୦୦ରୁ ଅଧିକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, ୫୦ହଜାର ମାଛ ଚାଷୀ ଓ ଏକ ଲକ୍ଷରୁ ଅଧିକ ମତ୍ସ୍ୟଜୀବୀ ଉପକାର ପାଇବେ ବୋଲି ସେ କହିଥିଲେ ।

ରାଜ୍ୟରେ ମତ୍ସ୍ୟ ବିକାଶ କ୍ଷେତ୍ରରେ ହୋଇଥିବା ଉନ୍ନତି ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ଗତ ୨୦ବର୍ଷ ଭିତରେ ରାଜ୍ୟରେ ମତ୍ସ୍ୟ ଉତ୍ପାଦନ ଚାରି ଗୁଣ ବୃଦ୍ଧି ପାଇଛି । ସାମୁଦ୍ରିକ ମତ୍ସ୍ୟ ରପ୍ତାନୀ ୪୫୦୦କୋଟି ଟଙ୍କାରେ ପହଞ୍ଚିଛି । ମତ୍ସ୍ୟ ଉତ୍ପାଦନ ବୃଦ୍ଧି ପାଇଁ ଓଡ଼ିଶା ମତ୍ସ୍ୟନୀତି-୨୦୧୫ ଏବଂ ଓଡିଶା ଜଳଭଣ୍ଡାର ମତ୍ସ୍ୟନୀତି-୨୦୧୨ଆଣିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ ବୋଲି ସେ କହିଥିଲେ । ଓଡ଼ିଶା ଆଜି ମାଛ ଯାଁଳ ଉତ୍ପାଦନରେ ଆତ୍ମନିର୍ଭର ହୋଇପାରିଛି ବୋଲି ସେ କହିଥିଲେ  ।

ମତ୍ସ୍ୟଜୀବୀମାନଙ୍କ କଲ୍ୟାଣ ପାଇଁ ଗରିବ ଲୋକଙ୍କ କଲ୍ୟାଣ ପଇଁ ମୋ ସରକାର କାମ କରୁଛନ୍ତି ବୋଲି ମତଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନଙ୍କ ସାମାଜିକ ସୁରକ୍ଷା, ଖାଦ୍ୟ ସୁରକ୍ଷା, ରୋଜଗାର ଓ ପୁଷ୍ଟିକୁ ଅଧିକ ଗୁରୁତ୍ବ ଦେଇ ଅନେକ ପଦକ୍ଷେପ ନିଆଯାଇଛି । କାର୍ଯ୍ୟକ୍ରମରେ ଯୋଗ ଦେଇ ମତ୍ସ୍ୟ ଓ ପଶୁସଂପଦ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଉଛନ୍ତି ଜନତାଙ୍କ ମୁଖ୍ୟମନ୍ତ୍ରୀ । ଜନତାଙ୍କ କଲ୍ୟାଣ ପାଇଁ ସେ ସବୁବେଳେ ନୂଆ ନୂଆ ଯୋଜନା କରିଆସିଛନ୍ତି ।  

ଏହି କାର୍ଯ୍ୟକ୍ରମରେ ନିଜର ଅଭିଜ୍ଞତା ବର୍ଣ୍ଣନା କରି ଗଞ୍ଜାମ ଜିଲ୍ଲାର ମତ୍ସ୍ୟଜୀବୀ ବ୍ରହ୍ମାନନ୍ଦ ଦାସ କହିଲେ ଯେ, କୋଭିଡ ସମୟରେ ତାଙ୍କର ରୋଜଗାର ବନ୍ଦ ହୋଇଯିବାରୁ ସେ ମତ୍ସ୍ୟଜୀବୀମାନଙ୍କ ପାଇଁ ବାଇଓଫ୍ଲକ ଯୋଜନାରେ ୪୦ ପ୍ରତିଶତ ରିହାତି ପାଇ ମାଛ ଚାଷ ଆରମ୍ଭ କରିଥିଲେ । ଏବେ ସେ ଲକ୍ଷାଧିକ ଟଙ୍କା ରୋଜଗାର କରି ସ୍ବାବଲମ୍ବୀ ହୋଇପାରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ । ସେହିପରି ବାଲେଶ୍ବରର ଗୀତାରାଣୀ ପଣ୍ଡା କହିଥିଲେ ଯେ, ତାଙ୍କ ସ୍ବୟଂ ସହାୟକ ଗୋଷ୍ଠୀ ଜରିଆରେ ପଞ୍ଚାୟତ ପୋଖରୀ ଯୋଜନାରେ ସେମାନ ଋଣ ନେଇ ଏବେ ବର୍ଷକୁ ୫ ଲକ୍ଷ ଟଙ୍କା ଲାଭ କରୁଛନ୍ତି । ଏହାଦ୍ବାରା ସେମାନଙ୍କର ଆର୍ଥିକ ସମସ୍ୟା ଦୂର ହୋଇପାରିଛି ବୋଲି ସେ କହିଥିଲେ ଏବଂ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ।

ପୁରୀ ଜିଲ୍ଲାର ବ୍ରଜସୁନ୍ଦର ବେହେରା କହିଲେ ଯେ, ସେ ଜଣେ ସାମୁଦ୍ରିକ ମତ୍ସ୍ୟଜୀବୀ। ଅଲିଭ ରିଡ୍‌ଲେ କଇଁଚ ପାଇଁ ତାଙ୍କର ଜୀବିକା ପ୍ରଭାବିତ ହେଉଥିଲା। ଏଥିପାଇଁ ସହାୟତା ପରିମାଣକୁ ମୁଖ୍ୟମନ୍ତ୍ରୀ ୭୫୦୦ ଟଙ୍କାରୁ ୧୫ ହଜାର ଟଙ୍କା ବୃଦ୍ଧି କରିଥିବାରୁ, ତାଙ୍କ ପରିବାର ଆଜି ସୁରକ୍ଷିତ ହୋଇପାରିଛି ବୋଲି କହି ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ସମବାୟ ସଚିବ ଅରବିନ୍ଦ ଅଗ୍ରୱାଲ, କୃଷି ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଭାତ ରାଉଳ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବିଭିନ୍ନ ଜିଲ୍ଲାରେ ଜିଲ୍ଲାପାଳ ଓ ମତ୍ସ୍ୟଜୀବୀମାନେ ଅନ୍‌ଲାଇନ ଜରିଆରେ ଯୋଡ଼ି ହୋଇଥିଲେ । ଏହି କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ସଚିବ ସୁରେଶ ବଶିଷ୍ଠ ସ୍ବାଗତ ଭାଷଣ ଦେଇଥିଲେ ଓ ମତ୍ସ୍ୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।

 

 

Copyright © 2022 - Summa Real Media Private Limited. All Rights Reserved.