ପ୍ରମୁଖ ଖବର
  • ରାଉରକେଲା : ନାଳରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗ୍ରାହକ ସାଜି ମାଡିବସିଲା ଏସଟିଏଫ୍, ୨ ବଜ୍ରକାପ୍ତା ବେପାରୀ ଗିରଫ
  • ||
  • ନୂଆଦିଲ୍ଲୀ: ମାର୍ଚ୍ଚ ଯାଏ ପିଆଜ ରପ୍ତାନି ବ୍ୟାନ୍, ଉପଲବ୍ଧତା ବଢ଼ାଇ ଦର କମାଇବା ଯୋଜନା
  • ||
  • ମୁମ୍ବାଇ: ଆଜି ଦ୍ୱିତୀୟ ମହିଳା ଟି-ଟ୍ୱେଣ୍ଟି: ସିରିଜ ବିଜୟ ପାଇଁ ଇଂଲଣ୍ଡ ଟିମ୍‌ର ଯୋଜନା, ଭାରତ ପାଇଁ ‘କର ବା ମର’ ସ୍ଥିତି
  • ||
  • ନବରଙ୍ଗପୁର: ଭାଲୁ ସହ ଲଢେ଼ଇ କରି ଜୀବନ ହାରିଲେ ଠିକାଦାର
  • ||
  • ନୂଆଦିଲ୍ଲୀ: ଆଜି ଡବ୍ଲ୍ୟୁପିଏଲ୍‌-୨ ଖେଳାଳି ନିଲାମ: ତାଲିକାରେ ୧୬୫ ଖେଳାଳି, କିଣା ହେବେ ୩୦
  • ||
  • ଲମତାପୁଟରେ ହାଡ଼ଭଙ୍ଗା ଶୀତ, ୯ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଭୁବନେଶ୍ୱର: ଖାଉଟିଙ୍କ ସ୍ୱାଦ ବିଗାଡୁଛି ରସୁଣ ଦର: ୨୫୦ ଟପିଲା ଦାମ୍, ହୋଲ୍‌ସେଲ୍‌ ମୂଲ୍ୟ ୨୧୦ଟଙ୍କା
  • ||
  • ଆଜିଠୁ ‘ସୋଆ’ରେ ଆଇଏନ୍‌ଏଇ ବାର୍ଷିକ ସମ୍ମିଳନୀ, ଯୋଗଦେବେ ଇସ୍ରୋ ଅଧ୍ୟକ୍ଷ ସୋମନାଥଙ୍କ ସମେତ ଦେଶବିଦେଶର ବହୁ ବୈଜ୍ଞାନିକ
  • ||

ବେକରେ ରଶି ଲଗାଇ ଝୁଲିପଡ଼ିଲେ ପ୍ରେମୀଯୁଗଳ : ଗୁରୁତର ଅବସ୍ଥାରେ ପ୍ରେମିକା ଉଦ୍ଧାର, ପ୍ରେମିକ ମୃତ

ଢେଙ୍କାନାଳ, ୨୧/୧୧ : ବେକରେ ରଶି ଲଗାଇ ଝୁଲିପଡ଼ିଲେ ପ୍ରେମୀଯୁଗଳ। ଗୁରୁତର ଅବସ୍ଥାରେ ପ୍ରେମିକାକୁ ଡାକ୍ତରଖାନାରେ ଭର୍ତ୍ତି। ପ୍ରେମକ ମୃତ। ଢେଙ୍କାନାଳ ଜିଲ୍ଲା ଗୋବିନ୍ଦପୁର ନୂଆସାହି ଆମ୍ବ ତୋଟାରେ ଏଭଳି ଅଭାବନୀୟ ଘଟଣା ଘଟିଛି। 

ସୂଚନାନୁଯାୟୀ, ଗୋବିନ୍ଦପୁର ଅଞ୍ଚଳର ଜଣେ ଯୁବକ ବଳଦିଆବନ୍ଧ ନୂଆ ସାହିର ଯୁବତୀଙ୍କୁ ଭଲ ପାଉଥିଲେ। ତେବେ କୌଣସି କାରଣବଶତଃ ଉଭୟ ନୂଆସାହି ଆମ୍ବ ତୋଟାରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ସଦର ଥାନା ଗୋବିନ୍ଦ ପୁର ଫାଣ୍ଡି ପୁଲିସର ତଦନ୍ତ ଆରମ୍ଭ କରିଛି। କେଉଁ କାରଣ ପାଇଁ ଉଭୟ ଆତ୍ମହତ୍ୟା କରୁଥିଲେ ତାହା ଅସ୍ପଷ୍ଟ ରହିଛି।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.