ପ୍ରମୁଖ ଖବର
  • ଧର୍ମଗଡ଼ : ଏସଡିଓଙ୍କ ସନ୍ଦେହଜନକ ମୃତ୍ୟୁ, ସରକାରୀ କ୍ଵାର୍ଟର୍ସରୁ ମିଳିଲା ମୃତଦେହ
  • ||
  • ଭୁବନେଶ୍ଵର : ୧୪ରେ ବିଜେଡି କାର୍ଯ୍ୟକାରିଣୀ ବୈଠକ, ପ୍ରସ୍ତୁତ ହେବ ଆଗାମୀ ରାଜନୈତିକ ଖସଡ଼ା
  • ||
  • ବାଙ୍କୀ : ମହାନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଉଦ୍ଧାର କଲେ ଅଗ୍ନିଶମ ବାହିନୀ
  • ||
  • ଅନୁଗୁଳ: ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ୍‌ର ଭିଡିଓ କନ୍‌ଫରେନ୍‌ସିଂରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ନୂଆଦିଲ୍ଲୀ: ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ଲୋଗୋ ଉନ୍ମୋଚିତ କଲା ଆଇସିସି, ଆମେରିକା ଓ ୱେଷ୍ଟ ଇଣ୍ଡିଜ ମିଳିତ ଭାବେ କରିବେ ଆୟୋଜନ
  • ||
  • ଭୁବନେଶ୍ୱର: ୧୯ ପ୍ରକଳ୍ପକୁ ସିଙ୍ଗିଲ୍‌ ୱିଣ୍ଡୋ ମଞ୍ଜୁରି କଲେ ରାଜ୍ୟ ସରକାର: ୪୮୦୦ କୋଟି ନିବେଶ, ୧୭୫୫୩ ନିଯୁକ୍ତି ସମ୍ଭାବନା
  • ||
  • ଭୁବନେଶ୍ୱର: ବର୍ଷା ପରେ ବଦଳିଲା ପାଗର ମିଜାଜ: ୩ରୁ ୫ ଡିଗ୍ରୀ ଯାଏଁ ତଳକୁ ଖସିବ ରାତିର ପାରଦ,୧୦ରୁ ବଢିବ ଶୀତ
  • ||

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୬ ରୁ ବର୍ଷା

ଭୁବନେଶ୍ଵର, ୧୪/୧୧ : ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି। ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୧୬ ତାରିଖ ବେଳକୁ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଗତି କରି ଘନୀଭୂତ ହେବ। ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। 

ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ଗୁରୁବାର ଠାରୁ  ରାଜ୍ୟରେ ବର୍ଷା ହେବ । ଲଘୁଚାପ ପ୍ରଭାବରେ ୬ ଜିଲ୍ଲାରେ ଅଧିକ ବର୍ଷା ହେବ । ଗଞ୍ଜାମ, ଜଗତସିଂହପୁର,  ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଜିଲ୍ଲାର କିଛି  ସ୍ଥାନରେ ଭାରୀ ବର୍ଷା ହୋଇପାରେ। ବୁଧବାର ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ,  ଜଗତ୍‌ସିଂହପୁର ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି  ସହ ବର୍ଷା ସମ୍ଭାବନା ଅଛି । ଗୁରୁବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ  ହାଲୁକା ବର୍ଷା ହୋଇପାରେ। 

ଶୁକ୍ରବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ ଓ କେନ୍ଦୁଝର, ଜଗତସିଂହପୁର, କଟକ, ଅନୁଗୁଳ ଓ ପୁରୀ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ବୌଦ୍ଧ, ସୁନ୍ଦରଗଡ଼, ଗଞ୍ଜାମ,  ଦେବଗଡ଼, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ  କାଁ ଭାଁ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ  ପୂର୍ବାନୁମାନ କରିଛି । 

ସେହିପରି ଆସନ୍ତା ୪ରୁ ୫ ଦିନ ଯାଏ  ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି । ସୋମବାର କୋରାପୁଟରେ ସର୍ବନିମ୍ନ ତାପମାତ୍ରା  ୧୨.୮ ଡିଗ୍ରୀ ରେକର୍ଡ କରାଯାଇଛି । ନବରଙ୍ଗପୁରରେ  ୧୩.୬, ଫୁଲବାଣୀରେ ୧୫.୫, ସୁନ୍ଦରଗଡ଼ରେ  ୧୬.୫ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.