ପ୍ରମୁଖ ଖବର
  • ଖୋର୍ଦ୍ଧା: ବେଗୁନିଆ ଥାନା ଅନ୍ତର୍ଗତ ଧଳାପଥର ବଜାରରେ ବାଇକକୁ ପିଟିଲା କାର, ଜଣେ ମୃତ ଓ ୫ ଗୁରୁତର
  • ||
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

କାର୍ତ୍ତିକରେ ଭିଜିବ ଓଡ଼ିଶା, ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର, ୧୩।୧୧: ଶୀତରେ ଭିଜିବ ଓଡ଼ିଶା। ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାଫଳରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। 

ସୂଚନା ଅନୁଯାୟୀ, ରବିବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ବର୍ତ୍ତମାନ ଦକ୍ଷିଣ ଆଣ୍ଡାମାନ ସାଗରରେ ରହିଛି । ଏହା ବାୟୁମଣ୍ଡଳ ମଧ୍ୟଭାଗ ଯାଏଁ ବ୍ୟାପିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହା ପ୍ରଭାବରେ ୧୫ ତାରିଖରେ ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିଭଳି ୧୬ ତାରିଖରେ ୬ ଜିଲ୍ଲା ଯଥା- ଗଞ୍ଜାମ, ଜଗତସିଂହପୁର, ପୁରୀ, କଟକ, କେନ୍ଦ୍ରାପଡ଼ା, ଭଦ୍ରକରେ ଭାରୀ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଏହିସବୁ ଜିଲ୍ଲାକୁ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ମଧ୍ୟ ବର୍ଷା ହେବାର ଅନୁମାନ ରହିଛି ।

  • prameyanews
  • PrameyaOdia
  • prameya
  • Weather update
  • Copyright © 2022 - Summa Real Media Private Limited. All Rights Reserved.