ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଆସିରଗଡ଼ରେ ସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସହ ସ୍ମାରକୀ ସ୍ଥାପନା ପାଇଁ ପ୍ରତିଶୃତି ଦେଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର/ନୂଆଦିଲ୍ଲୀ, ୨୯/୦୧ : ମଧ୍ୟପ୍ରଦେଶର ବୁରହାନପୁର ଜିଲ୍ଲାର ଆସିରଗଡ ଦୁର୍ଗରେ ଦେଶର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସହ ସ୍ମାରକୀ ସ୍ଥାପନା ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ନିଆଯିବ। ଏହା ପରେ ସୁଚିନ୍ତିତ ଯୋଜନା ପ୍ରସ୍ତୁତ କରି ପଦକ୍ଷେପ ନିଆଯିବ। ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ ପରେ ତ୍ୱରିତ ପ୍ରତିକ୍ରିୟା ସ୍ୱରୂପ ଚିଠିର ପ୍ରତ୍ୟୁତ୍ତରରେ ଏହା କହିଛନ୍ତି ।    

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ସ୍ୱାଧୀନତାର ଅମୃତ କାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନା ଏବଂ ଓଡ଼ିଶାର ମହାନ ସ୍ୱାଧୀନତା ସଂଗ୍ରାମୀ, ଜନନାୟକ ବୀର ସୁରେନ୍ଦ୍ର ସାଏଙ୍କ ସ୍ମାରକୀ ଓ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ନିର୍ମାଣ କରିବା ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ପ୍ରାପ୍ତ ହେବା ପରେ ସୁଚିନ୍ତିତ ଯୋଜନା କରାଯିବ । ଦେଶ ମାତୃକା ପାଇଁ ବଳିଦାନ ଦେଇଥିବା ମହାନ କ୍ରାନ୍ତିକାରୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତି ମଧ୍ୟପ୍ରଦେଶର ଜନସାଧାରଣଙ୍କ ଉଚିତ୍ ଶ୍ରଦ୍ଧାଞ୍ଜଳି ହେବ । 

ଚଳିତ ଜାନୁଆରୀ ୧୮ ତାରିଖରେ କେନ୍ଦ୍ରମନ୍ତ୍ରୀ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଏନେଇ ପତ୍ର ଲେଖିବା ସହ ଏହି କାର୍ଯ୍ୟରେ ବ୍ୟକ୍ତିଗତ ସ୍ତରରେ ହସ୍ତକ୍ଷେପ କରିବାକୁ କହିଥିଲେ । ସେ ପତ୍ରରେ ଉଲ୍ଲେଖ କରିଥିଲେ ଯେ ବ୍ରିଟିଶ ଶାସନ ବିରୋଧରେ ସମ୍ବଲପୁର ବିଦ୍ରୋହର ନେତୃତ୍ୱ ନେଇଥିବା ବୀର ସୁରେନ୍ଦ୍ର ସାଏ ଏବଂ ଅନେକ ସଂଗ୍ରାମୀ ମାନଙ୍କର ଆସିରଗଡ ଦୁର୍ଗ ସହ ଗଭୀର ସମ୍ପର୍କ ରହିଛି । ୧୮୫୭ ମସିହା ବିଦ୍ରୋହରେ ବୀର ସୁରେନ୍ଦ୍ର ସାଏ ଓ ତାଙ୍କ ସହଯୋଗୀମାନେ ଦେଶକୁ ସ୍ୱାଧୀନତା ଦେବା ପାଇଁ ଜାତୀୟ ଆନ୍ଦୋଳନରେ ଭାଗ ନେଇ ଇଂରେଜ ମାନଙ୍କ ସହ ବୀରତ୍ୱର ସହ ଲଢ଼ି ବଳିଦାନ ଦେଇଥିଲେ । 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଇତିହାସ ପୃଷ୍ଠାରେ ଅନାଲୋଚିତ ଏହିଭଳି ଜନଜାତି ସଂଗ୍ରାମୀଙ୍କ ବୀରଗାଥା ଓ ସାହସକୁ ସମ୍ମାନ ଏବଂ ଶ୍ରଦ୍ଧାଞ୍ଜଳି ଦେବା ଦିଗରେ ବିଶେଷ ପ୍ରାଧାନ୍ୟ ଦେଉଛନ୍ତି । ବୀର ସୁରେନ୍ଦ୍ର ସାଏ ଆସିରଗଡ ଦୁର୍ଗରେ ଶେଷ ଜୀବନ କାଟିଥିଲେ । ଏହାକୁ ବିଶେଷ ଧ୍ୟାନରେ ରଖି ଆସିରଗଡ ଦୁର୍ଗରେ ସୁରେନ୍ଦ୍ର ସାଏଙ୍କ ବୀରତ୍ୱକୁ ପ୍ରତିଫଳିତ କରୁଥିବା ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସହ ତାଙ୍କର ସହଯୋଗୀ ମାନଙ୍କ ସ୍ମୃତିରେ ଏକ ସ୍ମାରକୀ ନିର୍ମାଣ କରିବା ପାଇଁ ଓଡ଼ିଶାବାସୀଙ୍କ ତରଫରୁ କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଥିଲେ । ତେବେ ପ୍ରାରମ୍ଭିକ ପଦକ୍ଷେପ ନେବା ପାଇଁ ଆଗ୍ରହ ପ୍ରକାଶ କରିଥିବାରୁ କେନ୍ଦ୍ରମନ୍ତ୍ରୀ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.