ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଗୋଚ୍ଛାପଡ଼ା ଅଞ୍ଚଳରେ ମାଓ ପୋଷ୍ଟର, ମାଓନେତା ଦାସରୁଙ୍କୁ ଶ୍ରଦ୍ଧାଞ୍ଜଳି

ଫିରିଙ୍ଗିଆ, ୧୦/୨: କନ୍ଧମାଳ ଜିଲ୍ଲା ଗୋଚ୍ଛାପଡ଼ା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଶନିବାର ସକାଳୁ ମାଓ ପୋଷ୍ଟର ଦେଖିବାକୁ ମିଳିଛି । ଗତ ୩ ତାରିଖରେ ପୁଲିସ ଗୁଳିରେ ନିହତ ହୋଇଥିବା ମାଓନେତା ଦାସରୁଙ୍କୁ ପୋଷ୍ଟର ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜଣାଇଛି ମାଓ ସଙ୍ଗଠନ । କେକେବିଏନ ଡିଭିଜନାଲ କମିଟି ପକ୍ଷରୁ ଜାରୀ ଏହି ପ୍ରେସ୍ ବିଜ୍ଞପ୍ତିରେ ଦାସରୁଙ୍କୁ ଶହୀଦ ଆଖ୍ୟା ଦିଆଯାଇ ତାଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ ବୋଲି କୁହାଯାଇଛି । ୨୦୧୪ରୁ ପାର୍ଟିରେ ସାମିଲ ହୋଇ ସେ ଦଳିତ ଆଦିବାସୀଙ୍କ ପାଇଁ କାମ କରୁଥିଲେ ବୋଲି ପୋଷ୍ଟରରେ ଉଲ୍ଲେଖ ଅଛି । ଲଢେ଼ଇରେ ସହଯୋଗ ପାଇଁ ଲୋକଙ୍କୁ ଆହ୍ୱାନ ଦେଇଛି ଲାଲବାହିନୀ । 

ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ସୁପଲା, ଡାଙ୍ଗେଣାମା, ପକାରୀ, ବାଲନ୍ଦାପଡ଼ା, କୁମେଲସିଂ, ସୁଟେଣୀଘାଟି, କ୍ରାଣ୍ଡିବାଲି ସମେତ ସାଡ଼ିଙ୍ଗିଆଠାରେ ମଧ୍ୟ ଏଭଳି ବହୁ ସଂଖ୍ୟକ ପୋଷ୍ଟର ମରାଯାଇଥିବା ଦେଖିବାକୁ ମିଳିଛି । ସୂଚନାଯୋଗ୍ୟ, ଗତ ୩ ତାରିଖରେ ବାଲିଗୁଡ଼ା ଥାନା ସୁଡ୍ରା ଅଞ୍ଚଳରେ ପୁଲିସ ସହ ଗୁଳି ବିନିମୟ ବେଳେ ମାଓ ବାହୀନୀର ଡିଭିଜନାଲ କମିଟି ମେମ୍ବର ତଥା କେକେବିଏନ ସଙ୍ଗଠନର ଟପ୍ ନେତା ଗୁଡୁ ମଣ୍ଡାରୀ ଓରଫ ଦାସରୁ ନିହତ ହୋଇଥିଲେ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.