ପ୍ରମୁଖ ଖବର
  • ମିଜୋରାମରେ ମତଗଣନା ଆରମ୍ଭ, ୧୭୪ ପ୍ରାର୍ଥୀଙ୍କ ଖୋଲିବ ଭାଗ୍ୟ
  • ||
  • ସୋମବାରଠୁ ସଂସଦର ଶୀତ ଅଧିବେଶନ, ୨୨ ତାରିଖ ଯାଏଁ ଚାଲିବ: ୨୧ଟି ବିଧେୟକ ଉପରେ ହେବ ଆଲୋଚନା
  • ||
  • ଭୁବନେଶ୍ୱର: ୫ରେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ‘ମିଗଜାଉଁ’: ରାଜ୍ୟରେ ଆଜି ପ୍ରବଳ, ୫ରେ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||

ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ପାଳିତ

ପୁରୀ, ୨୧/୧୧ : ପୁରୀ ଜିଲ୍ଲା ପ୍ରଶାସନ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ପାଳନ କରାଯାଇଛି। ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ ବୀର ହରେକୃଷ୍ଣପୁର ଛକ ନିକଟସ୍ଥ ପ୍ରତିମୂର୍ତ୍ତି ଓ ଗ୍ରାମରେ ଥିବା ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଛି।

ସୂଚନାନୁଯାୟୀ, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ସଦର ପୋଲିସ ଏସଡିପିଓ ରବି ନାରାୟଣ ଭଞ୍ଜ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ମନୋଜ କୁମାର ତ୍ରିପାଠୀ ପ୍ରମୁଖ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେଇ ମାଲ୍ୟାର୍ପଣ ଓ ସ୍ମୃତିଚାରଣ କରିଥିଲେ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.