ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ମାଉସୀ ଘରେ ମାଟ୍ରିକ ଛାତ୍ରଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ଭଦ୍ରକ, ୨୩/୦୨: ମାଉସୀ ଘରେ ମାଟ୍ରିକ ଛାତ୍ରଙ୍କ ଆତ୍ମହତ୍ୟା। ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଧିନ ଜାହାଙ୍ଗିର ଶାସନ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଛାତ୍ର ଜଣଙ୍କ ସକାଳୁ ସକାଳୁ ଶାଢୀରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ପରୀକ୍ଷା ଚାପରେ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ଅନୁମାନ କରାଯାଉଛି।

ସୂଚନାନୁଯାୟୀ, ମୟୁରଭଞ୍ଜ ଜିଲ୍ଲାର ଉଦଳା ସ୍ଥିତ ରାଢ଼ ଗ୍ରାମର ଅଭିଷେକ ପଣ୍ଡା ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଧିନ ଜାହାଙ୍ଗିର ଶାସନ ଗାଁରେ ମାଉସୀଙ୍କ ଘରେ ରହି ପଢୁଥିଲେ। ସେ ସାହିତ୍ୟ ପରୀକ୍ଷା ଦେଇଥିଲେ। ଆଜି ଇଂରାଜୀ ପରୀକ୍ଷା ଦେବାକୁ ଯାଇଥାନ୍ତେ। ସକାଳୁ ଘର ଲୋକ କବାଟ ବାଡେଇ ଡାକିଥିଲେ। ହେଲେ ଅଭିଷେକ କବାଟ ଖୋଲି ନଥିଲେ। ଏହାପରେ ଘର ଲୋକେ ପୋଲିସକୁ ଖବର ଦେଇଥିଲେ।ପୋଲିସ ପହଞ୍ଚି ଘର ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର କରିଥିଲା । ତେବେ ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇନଥିବା ବେଳେ ପରୀକ୍ଷା ଚାପ ପାଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.