ଅଦ୍ୟ ତା.୦୩.୦୯.୨୦୨୫ରିଖ, ସିଂହ ୧୮ ଦିନ, ଭାଦ୍ରବ ମାସ, ଶୁକ୍ଳ ପକ୍ଷ, ଏକାଦଶୀ, ବୁଧବାର । ଏକାଦଶୀ: ରାତ୍ରି ୪ଟା ୨୨ମିନିଟ୍‌, ପୂର୍ବାଷାଢ଼ା: ରାତ୍ରି ୧୧ଟା ୦୮ ମିନିଟ୍‌ । ଶନିଚନ୍ଦ୍ର ନିଶାନ୍ତ : ୫ଟା ୨୧ ମିନିଟ୍‌ । ସୂର୍ଯ୍ୟୋଦୟ : ୫ଟା ୩୨ମିନିଟ୍‌ ୪୧ସେକେଣ୍ଡ, ସୂର୍ଯ୍ୟାସ୍ତ : ୫ଟା ୫୮ ମିନିଟ୍‌ ୩୪ ସେକେଣ୍ଡ । ଯୋଗିନୀ ଆଗ୍ନେୟେ, ରାତ୍ରି ୪ଟା ୨୨ ମିନିଟ୍‌ ଗତେ ନୈରୁତେ । ମୃତେ ରାତ୍ରି ୧୧ଟା ୦୮ ମିନିଟ୍‌ ଗତେ ଏକ ପାଦ, ରାତ୍ରି ୪ଟା ୨୨ ମିନିଟ୍‌ ଗତେ ଦ୍ୱିପାଦ ପୁଷ୍କର ଦୋଷ । ଅମୃତବେଳା : ପୂର୍ବାହ୍ଣ ୧୧ଟା ୧୯ ମିନିଟ୍‌ ଗତେ, ଅପରାହ୍ଣ ୧୨ଟା ୫୭ ମିନିଟ୍‌ ମଧ୍ୟେ, ୪ଟା ୧୪ ମିନିଟ୍‌ ଗତେ, ସନ୍ଧ୍ୟା ୫ଟା ୫୨ ମିନିଟ୍‌ ମଧ୍ୟେ ।

ଆଜିର ରାଶିଫଳ

ମେଷ : ନବମ ଚନ୍ଦ୍ର, ଏକାଦଶୀ ତିଥି ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ତଥା ମନରେ ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଗେରୁଆ, ସଂଖ୍ୟା : ୧୧, ଆରାଧନା: ପ୍ରଭୁ ହନୁମାନ ।

ବୃଷ :ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଓ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୪, ଆରାଧନା: ପ୍ରଭୁ ଶ୍ରୀରାମ ।

ମିଥୁନ : ସପ୍ତମ ଚନ୍ଦ୍ର, ବୁଧବାର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦପ୍ରମୋଦ, ମଉଜମଜଲିସ୍‌ରେ ଅଧିକ ଆଗ୍ରହ ରହିବ । ନୂତନ ବସ୍ତ୍ର ଓ ଆଭୂଷଣରେ ମଣ୍ଡିତ ହେବେ । ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ ଏବଂ ପରିବାରରେ ସୁଖଶାନ୍ତିର ପରିବେଶ ରହିବ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କ ଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ :ମେରୁନ୍‌, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଷଷ୍ଠ ଚନ୍ଦ୍ର ଓ ଘାତବାର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ ଓ ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ । ଦେହ ଓ ମନ ସୁସ୍ଥ ରହିବ ଏବଂ ଶତ୍ରୁମାନେ ବଶୀଭୂତ ହେବେ ତଥା ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୩, ଆରାଧନା : ଭଗବାନ ଶିବ ।

ସିଂହ : ପଞ୍ଚମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ବିଦ୍ୟାରେ ବିଚକ୍ଷଣତା, ଚାଳିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଳିଚଳନ ଓ କର୍ମରେ ଉନ୍ନତି ଆସିବ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ପୈତୃକ ସମ୍ପତ୍ତିକୁ ନେଇଥିବା ବିବାଦ, ପାରିବାରିକ ବିବାଦର ସମାଧାନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା: ୬, ଆରାଧନା : ମାମାତଙ୍ଗୀ ।

କନ୍ୟା : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଓ ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ, ଆର୍ଥିକ ଠକାମିରେ ପଡ଼ିପାରନ୍ତି । ପାରିବାରିକ ବିବାଦ ଓ ଜମିଜମା ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ମାଲିମକଦ୍ଦମାର ସମ୍ମୁଖୀନ ହେବେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଚିତ୍ରାକନ୍ୟା, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୮, ଆରାଧନା: ମାଷୋଡ଼ଶୀ ।

ତୁଳା : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଭାଇଭଉଣୀଙ୍କ ସହ ବିବାଦ ଉଗ୍ର ରୂପ ଧାରଣ କରିବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ ତଥା ଶାରୀରିକ ପୀଡ଼ା ଭୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା, ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ମାଗାୟତ୍ରୀ ।

ବିଛା : ଦ୍ୱିତୀୟ ଚନ୍ଦ୍ର ଓ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ ଓ ଆୟ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଖର୍ଚ୍ଚପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୦୭, ଆରାଧନା : ମାତାରା ।

ଧନୁ : ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଦେହ, ମନ ସୁସ୍ଥ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ ଓ ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧିପାଇବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା: ୫, ଆରାଧନା : ପ୍ରଭୁ ଗଜାନନ ।

ମକର : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମାଭୈରବୀ ।

କୁମ୍ଭ : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ଯାନବାହନରେ ଖର୍ଚ୍ଚାନ୍ତ, ପରିବାରରେ ଅଶାନ୍ତି ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ପାଇବାରେ ବିଫଳ ହେବେ ଓ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ । କର୍ମରେ ବିଫଳତା ଓ କର୍ମ ପ୍ରତି ବିପଦ ଆସିପାରେ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୩, ଆରାଧନା : ମାଚଣ୍ଡୀ ।

ମୀନ : ଦଶମ ଚନ୍ଦ୍ର ଯୋଗୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତ ପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା ଏବଂ ଦେହ, ମନ ସୁସ୍ଥର ହିବ । ବାଣିଜ୍ୟ, ବ୍ୟବସାୟରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୯, ଆରାଧନା : ମାଧୂମାବତୀ ।