ପ୍ରମୂଖ ଖବର
  • ବିଶ୍ୱର ୪ର୍ଥ ସର୍ବବୃହତ ଅର୍ଥନୈତିକ ଦେଶ ଭାରତ, ଜାପାନକୁ ଟପିଲା
  • ||
  • IPL 2025: ଆଜି ଚେନ୍ନାଇ- ଗୁଜରାଟ ମଧ୍ୟରେ ଶେଷ ଲିଗ୍‌ ମ୍ୟାଚ୍‌, ଟାଇଟନ୍ସ ପାଇଁ ଗୁରୁତ୍ୱପୂର୍ଣ୍ଣ
  • ||
  • ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର, ଅଣ୍ଡାରୁ ଫୁଟି ବାହାରିଲେ ୧୪ ଘଡ଼ିଆଲ ଛୁଆ
  • ||
  • ଭାରତ ପ୍ରହାରରେ ଥରହର ପାକିସ୍ତାନ; ପ୍ରତିରକ୍ଷା ବଜେଟ୍ ବଢାଇବାକୁ ପ୍ଲାନ୍‌, କହିଲା ଆମ ପଡ଼ୋଶୀ...
  • ||
  • ସମ୍ବଲପୁର ବୁର୍ଲା ଥାନା ଲଡୁଖାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପିଟିଲା କାର୍‌, ୨ ମୃତ, ୨ ଗୁରୁତର
  • ||
  • ରବିବାର ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଭାରତ- ପାକ୍ ତିକ୍ତତା
  • ||
  • ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ଜଳିଗଲା ଗଦି ତିଆରି କାରଖାନା, ୧୦କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ୫ ଦିନରେ ଓଡ଼ିଶାରେ ମୌସୁମୀ: ଏବେ ଝିପିଝିପି, ୨୭ରୁ ୩୦ ଯାଏଁ ଅଧିକ ବର୍ଷା ସମ୍ଭାବନା, ଜୁନ୍ ପୁଣି ଗରମ
  • ||

ବାର୍‌ହା ଆକ୍ରମଣରେ ମାଆ ଓ ପୁଅ ଗୁରୁତର, ଡାକ୍ତଖାନାରେ ଭର୍ତ୍ତି

Published By : Harapriya Sethi | May 21, 2025 10:39 AM

ଝାରସୁଗୁଡା,୨୧/୦୫: ଘର ପଛପଟ ବଗିଚାକୁ ଯାଇଥିବା ବେଳେ ଆକ୍ରମଣ କଲା ବାର୍‌ହା । ଜଙ୍ଗଲୀ ଜନ୍ତୁ ଆକ୍ରମଣରେ ମାଆ ଓ ପୁଅ ଆହତ । ଗୁରୁତର ଅବସ୍ଥାରେ ଉଭୟଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଝାରସୁଗୁଡ଼ା ଜିଲ୍ଲା ବଡ଼ମାଲ ଥାନା ଅନ୍ତର୍ଗତ ସାପଡ଼ାରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ବଡ଼ମାଲ ଥାନା ଅନ୍ତର୍ଗତ ସାପଡ଼ାରେ ଦୀପାଳି ବରିହା ଓ ତାଙ୍କ ପୁଅ ରୁହନ୍ତି । ବୁଧବାର ସକାଳ ୭ଟା ୩୦ରେ ଦୀପାଳି ଘର ପଛପଟ ବଗିଚାକୁ ଯାଇଥିଲେ । ଏହି ସମୟରେ ଏକ ବାର୍‌ହା ତାଙ୍କୁ ଆକ୍ରମଣ କରିଥିଲା । ଚିତ୍କାର ଶୁଣି ପୁଅ ବିରଞ୍ଚି ବରିହା ମାଆଙ୍କୁ ବଞ୍ଚାଇବାକୁ ପ୍ରୟାସ କରିଥିଲେ । ହେଲେ ବାର୍‌ହାଟି ତାଙ୍କୁ ମଧ୍ୟ ଆକ୍ରମଣ କରିଥିଲା । ଫଳରେ ଉଭୟ ମାଆ ଓ ପୁଅ ବାର୍‌ହା ଆକ୍ରମଣର ଶିକାର ହୋଇ ଗୁରୁତର ହୋଇଥିଲେ । ସ୍ଥାନୀୟଲୋକେ ତାଙ୍କୁ ଉଦ୍ଧାର କରି ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.