ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା, ଅଭିଯୁକ୍ତ ଗିରଫ...

ପାପଡାହାଣ୍ଡି ୩୦/୧୧ (ଆପ୍ର)ପାପଡାହାଣ୍ଡି ବ୍ଲକ ପ୍ରଧାନୀଗୁଡା ଏସାର ପେଟ୍ରୋଲ ପମ୍ପ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି  ହତ୍ୟାକାଣ୍ଡ ହୋଇଥିବା ପୋଲିସ ସୂଚନା ଦେଇଛି । ସୂଚନା ଅନୁଯାୟୀ ଗୁରୁବାର ସକାଳ ପ୍ରାୟ ସାଢେ ୧୦ ଟା ସମୟରେ ପ୍ରଧାନୀଗୁଡା ଗ୍ରାମର ଜଗ ଗୌଡ଼ଙ୍କୁ ସେହି ଗ୍ରାମର ଲଛମନ ଗୌଡ଼ ଏକ ଟାଙ୍ଗିଆରେ ଆକ୍ରମଣ କରିଥିଲା । ଯୁକ୍ତିତର୍କ କରିବା ମଧ୍ୟରେ ଜଗ ଗୌଡ଼କୁ ଲଛମନ ଧରିଥିବା ଟାଙ୍ଗିଆରେ ଆକ୍ରମଣ କରିଥିଲା । କିନ୍ତୁ ଉକ୍ତ ଟାଙ୍ଗିଆକୁ ଟାଣି ଜଗ ଗୌଡ଼ ଲଛମନକୁ ପାଲଟା ଆକ୍ରମଣ କରିଥିଲା । ଏହି ସମୟରେ ଲଛମନଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା ଏବଂ ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ପାପଡାହାଣ୍ଡି ପୋଲିସ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ପଠାଇବା ସହ ଅଭିଯୁକ୍ତକୁ ଗିରଫ କରିଛି । କେସ ନଂ 204/23 ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.