ପ୍ରମୂଖ ଖବର
  • ବାଲେଶ୍ୱର : ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ
  • ||
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ଏନଟିପିସି କ୍ଷତିଗ୍ରସ୍ତ ମସୁଣିହତା ପ୍ରଜାଙ୍କ ଆନ୍ଦୋଳନ, ଏନଟିପିସି ଷ୍ଟେଜ୍ -୨ ଆସପଣ୍ଡ କାର୍ଯ୍ୟ ଠପ୍

Published By : Harapriya Sethi | May 22, 2025 1:55 PM

କଣିହାଁ,୨୨/୦୫(ଜ୍ୟୋତିରଞ୍ଜନ ଧର): ଅନୁଗୁଳ ଜିଲ୍ଲା କଣିହାଁ ଥାନା ଏନଟିପିସି ଦ୍ୱାରା କ୍ଷତିଗ୍ରସ୍ତ ମସୁଣିହତା ପ୍ରଜା ଗୁରୁବାର ଆସପଣ୍ଡ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିଛନ୍ତି।ଏନଟିପିସି ପ୍ରକଳ୍ପରେ ମେଣ୍ଟେନାନ୍ସ ନିଯୁକ୍ତି, ୧୮ବର୍ଷରୁ ଉର୍ଦ୍ଧ୍ୱ ଯୋଗ୍ୟ ବିବେଚିତ ପରିବାର ବର୍ଗଙ୍କୁ ପ୍ୟାକେଜ ଆଦି ଦୁଇ ଦଫା ଦାବିରେ ଗୁରୁବାର ସକାଳ ୧୦ଟାରୁ ମସୁଣିହତା ଛକ ସିଭିଲ କୁଡିଆଠାରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। 

ଗ୍ରାମ୍ୟ କମିଟି ସଭାପତି ରଞ୍ଜନ କୁମାର ପାଣିଙ୍କ ନେତୃତ୍ୱରେ ଶତାଧିକ ମହିଳା ଏବଂ ପୁରୁଷ ଏହି ଆନ୍ଦୋଳନରେ ସାମିଲ ହୋଇଛନ୍ତି।  ଆନ୍ଦୋଳନ ଯୋଗୁଁ ଏନଟିପିସି ଷ୍ଟେଜ୍ -୨ ଆସପଣ୍ଡ କାର୍ଯ୍ୟ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି । ଆନ୍ଦୋଳନକାରୀଙ୍କ ଅଭିଯୋଗ ମୁତାବକ, ଏନଟିପିସି ଆସପଣ୍ଡ ସମ୍ପ୍ରସାରଣ ପାଇଁ ପୁରୁଷାନୁକ୍ରମେ ଗଚ୍ଛିତ ଥିବା ଜମିକୁ ଜାତୀୟ ସ୍ୱାର୍ଥ ପାଇଁ ଏନଟିପିସି ପ୍ରକଳ୍ପକୁ ଟେକିଦେଲୁ । ଆମ୍ଭର ଏହି ଦୁଇ ଦଫା ନ୍ୟାର୍ଯ୍ୟଦାବି ହାସଲ ହରାଇ ବହୁବାର ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଏନଟିପିସି ପକ୍ଷରୁ ସମାଧାନର ପ୍ରତିଶ୍ରୁତି ଦେଇଥିଲା ।  ପ୍ରତିଶ୍ରୁତି ପାଳନ ନକରିବା ଫଳରେ ଗତ ମାର୍ଚ୍ଚ ୨୮ତାରିଖରେ ତାଳଚେର ଉପଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ତ୍ରିପାକ୍ଷିକ ସମାଧାନ ବୈଠକ ବସିଥିଲା । ସେହି ଦିନଠାରୁ ପନ୍ଦର ଦିନ ମଧ୍ୟରେ କ୍ଷତିଗ୍ରସ୍ତ ପ୍ରଜାଙ୍କ ସମସ୍ୟା ସମାଧାନ ନେଇ ଏନଟିପିସି କର୍ତ୍ତୃପକ୍ଷଙ୍କୁ କଡା ନିର୍ଦ୍ଦେଶ ହୋଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ କୌଣସି ସୁଫଳ ମିଳିନାହିଁ । ଏନଟିପିସି କର୍ତ୍ତୃପକ୍ଷ ବିଭିନ୍ନ ବାହାନା ଦେଖାଇ ଦିନ ପରେ ଦିନ ଗଡାଇ ଆମ୍ଭମାନଙ୍କୁ ମାନସିକ ନିର୍ଯାତନା ଦେଉଛନ୍ତି ବୋଲି ଆନ୍ଦୋଳନକାରୀ ଅଭିଯୋଗ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.