ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବିଧାନସଭାରେ ଭାଷା ଆଇନ୍ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪।୦୨: ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରବିବାର ବିଧାନ ସଭାରେ ଭାଷା ଆଇନ ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି । ସୂଚନା ଯୋଗ୍ୟ ଯେ, ୧୯୪୮ ମସିହାରେ ପ୍ରସ୍ତାବିତ ଭାଷା ଆଇନ ଆଲୋଚନାଠାରୁ ଆରମ୍ଭ କରି ୧୯୫୪ ଭାଷା ଆଇନ୍ ପାରିତ ହେବା ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ବିଧାନସଭାରେ ଭାଷା ଆଇନ ୨୦୧୮ର ସଂଶୋଧନ ପର୍ଯ୍ୟନ୍ତ ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ୟ ଏହି ପୁସ୍ତକରେ ସ୍ଥାନିତ ହୋଇଛି । 

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଷାର ଉନ୍ନତି ପାଇଁ ଆମେ ପ୍ରତିଶୃତିବଦ୍ଧ । ଓଡ଼ିଆ ଭାଷା ସୁରକ୍ଷା ପାଇଁ ଏବଂ ଆଗାମୀ ପିଢ଼ି ପାଇଁ ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ କ୍ଷେତ୍ରରେ ନୂତନ ସମ୍ଭାବନା ସୃଷ୍ଟି କରିବା ଉଦ୍ଦେଶ୍ୟରେ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି ବୋଲି ସେ କହିଛନ୍ତି । ଏହା ଦ୍ଵାରା ସମସ୍ତ ଭାଷାଭାଷୀ ଅଞ୍ଚଳ ଗୋଟିଏ ସୁତ୍ରରେ ବାନ୍ଧି ହୋଇ ଓଡ଼ିଶାର ବିକାଶରେ ଭାଗିଦାରୀ ହେବେ ବୋଲି ସେ ଆଶା ରଖିଛନ୍ତି । ପୁସ୍ତକଟି ଭାଷା ଆନ୍ଦୋଳନର ଆବାହକ ପବିତ୍ର ମହରଥାଙ୍କ ଦ୍ଵାରା ସମ୍ପାଦିତ ଓ ଶବ୍ଦସ୍ପର୍ଶ ପ୍ରକାଶନୀ ସଂସ୍ଥା ଦ୍ୱାରା ପ୍ରକାଶିତ ହୋଇଛି ।  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.