ପ୍ରମୁଖ ଖବର
  • ରାଉରକେଲା : ନାଳରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗ୍ରାହକ ସାଜି ମାଡିବସିଲା ଏସଟିଏଫ୍, ୨ ବଜ୍ରକାପ୍ତା ବେପାରୀ ଗିରଫ
  • ||
  • ନୂଆଦିଲ୍ଲୀ: ମାର୍ଚ୍ଚ ଯାଏ ପିଆଜ ରପ୍ତାନି ବ୍ୟାନ୍, ଉପଲବ୍ଧତା ବଢ଼ାଇ ଦର କମାଇବା ଯୋଜନା
  • ||
  • ମୁମ୍ବାଇ: ଆଜି ଦ୍ୱିତୀୟ ମହିଳା ଟି-ଟ୍ୱେଣ୍ଟି: ସିରିଜ ବିଜୟ ପାଇଁ ଇଂଲଣ୍ଡ ଟିମ୍‌ର ଯୋଜନା, ଭାରତ ପାଇଁ ‘କର ବା ମର’ ସ୍ଥିତି
  • ||
  • ନବରଙ୍ଗପୁର: ଭାଲୁ ସହ ଲଢେ଼ଇ କରି ଜୀବନ ହାରିଲେ ଠିକାଦାର
  • ||
  • ନୂଆଦିଲ୍ଲୀ: ଆଜି ଡବ୍ଲ୍ୟୁପିଏଲ୍‌-୨ ଖେଳାଳି ନିଲାମ: ତାଲିକାରେ ୧୬୫ ଖେଳାଳି, କିଣା ହେବେ ୩୦
  • ||
  • ଲମତାପୁଟରେ ହାଡ଼ଭଙ୍ଗା ଶୀତ, ୯ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଭୁବନେଶ୍ୱର: ଖାଉଟିଙ୍କ ସ୍ୱାଦ ବିଗାଡୁଛି ରସୁଣ ଦର: ୨୫୦ ଟପିଲା ଦାମ୍, ହୋଲ୍‌ସେଲ୍‌ ମୂଲ୍ୟ ୨୧୦ଟଙ୍କା
  • ||
  • ଆଜିଠୁ ‘ସୋଆ’ରେ ଆଇଏନ୍‌ଏଇ ବାର୍ଷିକ ସମ୍ମିଳନୀ, ଯୋଗଦେବେ ଇସ୍ରୋ ଅଧ୍ୟକ୍ଷ ସୋମନାଥଙ୍କ ସମେତ ଦେଶବିଦେଶର ବହୁ ବୈଜ୍ଞାନିକ
  • ||

ଏଗ୍‌ଜିମା ଚିକିତ୍ସାର ନୂତନ ଦିନ ବର୍ତ୍ତମାନ ଉପଲବ୍ଧ : ବିଶେଷଜ୍ଞ

ଭୁବନେଶ୍ୱର, ୪/୧୧ : ବିଶ୍ୱରେ ଗତ ୨୦ବର୍ଷ ମଧ୍ୟରେ ଏଗ୍‌ଜିମା ଭଳି ଚର୍ମରୋଗ ସମସ୍ୟା ପ୍ରାୟ ଦ୍ୱିଗୁଣିତ ହୋଇ ୪ ପ୍ରତିଶତରୁ ୭.୫ପ୍ରତିଶତରେ ପହଞ୍ଚିଛି । କିନ୍ତୁ ଏହାର ଚିକିତ୍ସା ପାଇଁ ନୂତନ ଔଷଧ ଓ ନୂତନ ଦିଗ ବର୍ତ୍ତମାନ ଉପଲବ୍ଧ ଥିବାରୁ ତାହା ଆଶ୍ୱସ୍ତିର କାରଣ ବୋଲି ଶନିବାର ବିଶିଷ୍ଟ ଚର୍ମରୋଗ ବିଶେଷଜ୍ଞ ଡାକ୍ତର ସନ୍ଦିପନ୍‌ ଧର କହିଛନ୍ତି । ଏଗ୍‌ଜିମା ନୂତନ ଔଷଧର ପ୍ରୟୋଗ ଓ ନୂତନ ପ୍ରକ୍ରିୟାରେ ଭଲ ହୋଇପାରିବ । କିନ୍ତୁ ଏଥିପାଇଁ ସମୟର ଆବଶ୍ୟକତା ରହିଛି । ତେବେ ଏ ଦିଗରେ ସଚେତନତା ସୃଷ୍ଟି କରିବାର ଆବଶ୍ୟକତା ରହିଛି ବୋଲି ସୋସାଇଟି ଫର୍‌ ଏଗ୍‌ଜିମା ଷ୍ଟଡିଜ (ଏସ୍‌ଇଏସ୍‌)ର ସଭାପତି ଡାକ୍ତର ଧର କହିଛନ୍ତି ।

ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡ଼ିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଆରମ୍ଭ ହୋଇଥିବା ଦୁଇ ଦିନିଆ ‘ନ୍ୟାସ୍‌ନାଲ୍ ଅପ୍‌ଡେଟ୍ ୨୦୨୩’ର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେଇ ଏହା କହିଛନ୍ତି ଡାକ୍ତର ଧର । ଏଗ୍‌ଜିମାର ଚିକିତ୍ସା ନିମନ୍ତେ ନୂତନ ଗବେଷଣା ଜାରି ରହିଥିବାବେଳେ ଏ ଦିଗରେ ଚର୍ମରୋଗ ବିଶେଷଜ୍ଞ ତଥା ସାଧାରଣ ଲୋକଙ୍କ ମଧ୍ୟରେ ସଚେତନତାର ଆବଶ୍ୟକତା ରହିଛି । ଏହି କାରଣରୁ ନ୍ୟାସ୍‌ନାଲ୍ ଅପ୍‌ଡେଟ୍ ୨୦୨୩ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ବୋଲି ସେ କହିଛନ୍ତି । ଚର୍ମରୋଗ ବିଶେଷଜ୍ଞମାନେ ବିଶ୍ୱରେ ଉପଲ୨ ଥିବା ନୂତନ ଚିକିତ୍ସା ପ୍ରକ୍ରିୟା ଓ ଔଷଧର ପ୍ରୟୋଗ ସମ୍ପର୍କରେ ପ୍ରଶିକ୍ଷିତ ହେବାର ଆବଶ୍ୟକତା ରହିଛି ଯେଉଁଥି ପାଇଁ ଏସ୍‌ଇଏସ୍ ଗଠନ କରାଯାଇଛି ବୋଲି ଡାକ୍ତର ଧର କହିଛନ୍ତି ।

ଏହି ଅବସରରେ କଟକସ୍ଥିତ ଏସ୍‌ସିବି ମେଡ଼ିକାଲ୍ କଲେଜ ଆଣ୍ଡ ହସ୍ପିଟାଲ୍‌ର ଚର୍ମରୋଗ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ପ୍ରସେନ୍‌ଜୀତ ମହାନ୍ତି ଯୋଗଦେଇ ନିଜ ବକ୍ତବ୍ୟରେ କହିଥିଲେ ଯେ, ଏସ୍‌ଇଏସ୍ ପକ୍ଷରୁ ନୂତନ ପରୀକ୍ଷଣ ଓ ଚିକିତ୍ସା ପଦ୍ଧତି ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଉଛି । ଏହି କାର୍ଯ୍ୟକ୍ରମରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଆଡିସ୍‌ନାଲ ଡିନ୍ ପ୍ରଫେସର (ଡାକ୍ତର) ଅଜୟ କୁମାର ଜେନା, ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର, ଚର୍ମରୋଗ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ବିକାଶ ରଞ୍ଜନ କର ଓ ପ୍ରଫେସର (ଡାକ୍ତର) ମୈତ୍ରେୟୀ ପଣ୍ଡା ପ୍ରମୁଖ ବକ୍ତବ୍ୟ ରଖିଥିଲେ ।

Copyright © 2022 - Summa Real Media Private Limited. All Rights Reserved.