ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ବଢିବ ଶୀତ, ୨ରୁ ୩ ଡିଗ୍ରୀ ଖସିବ ରାତି ତାପମାତ୍ରା

Published By : Ankita S | January 15, 2025 8:00 AM

ଭୁବନେଶ୍ୱର, ୧୫/୧: ଟିକେ କମିଲା ପୁଣି ବଢିବ ଶୀତ । ଖସିବ ରାତି ତାପମାତ୍ର । କମବ୍ୟାକ କରିବ ଶୀତ । ଶନିବାରଠାରୁ ରାଜ୍ୟରେ ଶୀତ ବଢ଼ିବ ।  ରାତି ତାପମାତ୍ରା ଖସିବ । ୨ରୁ ୩ ଡିଗ୍ରୀ ଖସିବ ତାପମାତ୍ରା  ।  ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୩ରୁ ୧୫ ଡିଗ୍ରୀ ପାଖାପାଖି ରହିବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି ।

ବୁଧବାର ଓ ଗୁରୁବାର ରାଜ୍ୟର କିଛି ସ୍ଥାନରେ ଅଧିକ କୁହୁଡ଼ି ଦେଖା ଦେଇପାରେ ।  ବୁଧବାର କଳାହାଣ୍ଡି, କନ୍ଧମାଳ ଓ ଭଦ୍ରକରେ ଘନ କୁହୁଡ଼ି ଦୃଶ୍ୟମାନ ହେବ । ଝାରସୁଗୁଡ଼ା,କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତିରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବ । ଗୁରୁବାର ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର,ସୁନ୍ଦରଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତିରେ ଅଧିକ କୁହୁଡ଼ି ଦୃଶ୍ୟମାନ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏହା ବି ପଢନ୍ତୁ...ବର୍ଷା ପରେ ବଦଳିଲା ପାଗର ମିଜାଜ: ୩ରୁ ୫ ଡିଗ୍ରୀ ଯାଏଁ ତଳକୁ ଖସିବ ରାତିର ପାରଦ,୧୦ରୁ ବଢିବ ଶୀତ

ସୋମବାର ଦାରିଙ୍ଗିବାଡ଼ିରେ ରାତି ତାପମାତ୍ରା ୯.୫ ଡିଗ୍ରୀ ସେଲସିୟସ୍‌ ଥିଲା । ଫୁଲବାଣୀରେ ୧୧.୫, ରାଉରକେଲାରେ୧୧.୭, ଭଦ୍ରକରେ ୧୨, ଝାରସୁଗୁଡ଼ାରେ ୧୨.୨, କୋରାପୁଟରେ ୧୨.୪, ଯାଜପୁରରେ ୧୨.୬, ଅନୁଗୁଳ ଓ ନୂଆପଡ଼ାରେ ୧୩ ଓ ସୁନ୍ଦରଗଡ଼ରେ ପାରଦ ୧୩.୨ ଡିଗ୍ରୀ ଥିଲା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.