ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଭର୍ଚ୍ଚୁଆଲରେ ନୂତନ ଗଳାପୋଲ ଉଦ୍‌ଘାଟନ କଲେ ସଡ଼କ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ

ଯଶିପୁର, ୧୬।୨: ମୟୂରଭଞ୍ଜବାସୀଙ୍କ ପାଇଁ ଖୁସି ଖବର । ୪୯ ନଂ ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ନୂତନ ଗଳାପୋଲ ପାଇଁ ଦୀର୍ଘ ଦିନରୁ ଦାବି ହୋଇ ଆସୁଥିବା ବେଳେ କେନ୍ଦ୍ର ସରକାର ଏହି ଦାବି ପୂରଣ କରିଛନ୍ତି । କେନ୍ଦ୍ର ସରକାରଙ୍କ ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଭର୍ଚ୍ଚୁଆଲ ମୋଡ୍‌ରେ ୨୫୦ କୋଟି ଟଙ୍କାର ପ୍ରକଳ୍ପକୁ ଶୁଭ ଉଦଘାଟନ କରିଛନ୍ତି । 

ମୟୁରଭଞ୍ଜ ଜିଲ୍ଲାର ଯଶିପୁର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ବାଇପାସ୍ ରାସ୍ତା, ସିଙ୍ଗଡ଼ା, କୁଇତା, ଛେଳିଗୋଧୂଳି, ନୂଆଗାଁ, ମଣଦା ଏବଂ ପଦ୍ମପୁରଠାରେ ଗଳାପୋଲ ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ପଷ୍ଟୀକରଣ ମିଳିସାରିଛି । ଏହି ଅବସରରେ ଯଶୀପୁର ବାଇପାସ୍‌ଠାରେ ମୟୁରଭଞ୍ଜ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ  ବିଶେଶ୍ୱର ଟୁଡୁ, ଯଶୀପୁର ବିଧାୟକ ଗଣେଶରାମ ସିଂ ଖୁଣ୍ଟିଆ ପ୍ରଭୁତି ଉପସ୍ଥିତ ରହି ପ୍ରକଳ୍ପର ଶିଳାନ୍ୟାସ କରିବା ସହିତ ଭୂମି ପୂଜନ କରି ଯଶିପୁରବାସୀଙ୍କୁ ସମ୍ବର୍ଦ୍ଧନା ଦେଇଥିଲେ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.