ଭୁବନେଶ୍ୱର, ୧୩/୧୦ : ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସୋମବାର ଥିଲା ନାମାଙ୍କନ ଦାଖଲର ପ୍ରଥମ ଦିନ। ତେବେ ପ୍ରଥମ ଦିନରେ କୌଣସି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିନାହାନ୍ତି ।
ଭାରତ ନିର୍ବାଚନ ଆୟୋଗଙ୍କ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ ତାରିଖ ଅକ୍ଟୋବର ୨୦ ତାରିଖ ଧାର୍ଯ୍ୟ ହୋଇଛି । ସେହିପରି ଅକ୍ଟୋବର ୨୨ (ବୁଧବାର) ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଥିବାବେଳେ ଅକ୍ଟୋବର ୨୪ (ଶୁକ୍ରବାର)ରେ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି । ଆସନ୍ତା ନଭେମ୍ବର ୧୧ ତାରିଖରେ ମତଦାନ ହୋଇ ନଭେମ୍ବର ୧୪ ତାରିଖରେ ଭୋଟ ଗଣତି ହେବ। ନଭେମ୍ବର ୧୬ ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ।