ଭୁବନେଶ୍ବର,୧୩।୯ : ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ନୂଆପଡା ବିଧାନସଭା ମଣ୍ଡଳୀର ଭୋଟର ତାଲିକା ସଂଶୋଧନ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏ ନେଇ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।
ବିଜ୍ଞପ୍ତି ଅନୁଯାୟୀ ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ ଏବଂ ପରିବର୍ତ୍ତନ ଆସନ୍ତା ୧୪ ତାରିଖରେ କରାଯିବ। ସମନ୍ବିତ ଚିଠା ଭୋଟର ତାଲିକା ଆସନ୍ତା ୧୫ ତାରିଖରେ ପ୍ରକାଶ ପାଇବ। ସେପ୍ଟେମ୍ବର ୧୫ରୁ ୨୯ ତାରିଖ ପର୍ଯ୍ୟନ୍ତ ଭୋଟର ନିଜର ଦାବି ଓ ଆପତ୍ତି ଦାଖଲ କରିପାରିବେ। ଅକ୍ଟୋବର ୭ ତାରିଖ ସୁଦ୍ଧା ଏହି ଦାବି ଓ ଆପତ୍ତିର ସମାଧାନ କରାଯିବ। ଅକ୍ଟୋବର ୯ ତାରିଖରେ ଚୁଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି।
ସୂଚନାଯୋଗ୍ୟ ଯେ ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଆସନ ଖାଲି ପଡିଛି।