ପ୍ରମୁଖ ଖବର
  • ବୌଦ୍ଧ : ବାଇକ୍କୁ ଧକ୍କା ଦେଲା ରେଲୱେ ବିଭାଗର ବୋଲେରୋ, ବାଇକ୍ ଆରୋହୀ ମୃତ
  • ||
  • ଖରସ୍ରୋତାରେ ୨ ଭାଇ ନିଖୋଜ ଘଟଣା, ବଡ଼ଭାଇର ମୃତଦେହ ଉଦ୍ଧାର
  • ||
  • ବରଗଡ଼: ଡ଼ଭା ଛକରେ ପୋଲିସର ଚେକିଂ ବେଳେ ୬ ଲକ୍ଷ ୫୨ ହଜାର ୮୦୦ଟଙ୍କା ଜବତ, ୨ ଜଣ ଅଟକ
  • ||
  • ନନ୍ଦନକାନନରେ ଆଖିବୁଜିଲା ଧଳା ବାଘୁଣୀ ସ୍ନେହା, ଗୁରୁତର ଅବସ୍ଥାରେ ଚାଲିଥିଲା ଚିକିତ୍ସା
  • ||
  • ନିର୍ଘାତ ତାତି: ସାଢ଼େ ୮ଟା ସୁଦ୍ଧା ୩୫ ଡିଗ୍ରୀ ଉପରେ ତାଳଚେର ତାପମାତ୍ରା, ୩୦ ଡିଗ୍ରୀ ଉପରେ ୧୪ ସହର ପାରଦ
  • ||
  • ସୁନା ଦରରେ ଲାଗିଲା ବ୍ରେକ୍‌, ୨୪ କ୍ୟାରେଟ୍‌ ସୁନା ଦର ୩୩୦ ଟଙ୍କା ହ୍ରାସ
  • ||
  • ବିଦ୍ରୋହୀ ବିଗାଡ଼ିବେ ଅଙ୍କ, ଚିନ୍ତାରେ ବିଜେପି: ପ୍ରଥମ ଦଫା ଭୋଟ ପାଇଁ ନାମାଙ୍କନ ଆରମ୍ଭ,ଜୟପୁର ପାଇଁ ପ୍ରାର୍ଥୀ ପାଉନି ଦଳ
  • ||
  • ନିୟମଗିରିରେ ମ୍ୟାଲେରିଆ ଆତଙ୍କ: ବହୁସଂଖ୍ୟାରେ ଡଙ୍ଗରିଆ ପୀଡ଼ିତ, ପହଞ୍ଚିଲା ଡାକ୍ତରୀ ଟିମ୍
  • ||
  • ବିଜେଡି ଛାଡ଼ି ବିଜେପି ଯିବେ ପ୍ରସନ୍ନ ପାଟ୍ଟଶାଣୀ ! ଆଜି ହୋଇପାରେ କିଛି ବଡ଼ ଘୋଷଣା
  • ||
  • IPL 2024 : ସୁପର ଜାଏଣ୍ଟସ୍‌କୁ ଭେଟିବ ସୁପରକିଙ୍ଗସ୍, ଏକାନ୍ନା ଷ୍ଟାଡ଼ିୟମ୍‌ର ଦେଖିବାକୁ ମିଳିବ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌
  • ||
  • ଗଣତନ୍ତ୍ରର ମହାପର୍ବ: ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ
  • ||
  • ବିପଜ୍ଜନକ ଖରା: ଆଜି ଅତି ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା, ଆହୁରି ୩ ଦିନ ଜଳାଇବ, ୨୨ରୁ ହାଲୁକା ଆଶ୍ୱସ୍ତ
  • ||

ନୂଆ-ଓ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ପ୍ରତିଭା ପ୍ରଦର୍ଶନ କରିବାରେ ସୁଯୋଗ ଆଣିଛି

ବାଲେଶ୍ୱର, ୨୯/୦୨ :  ବାଲେଶ୍ୱର ଜିଲ୍ଲା ସଦର ମହକୁମାସ୍ଥିତ ପୋଲିସ ଲାଇନ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି ନୂଆ-ଓ ଛାତ୍ରବୃତ୍ତି କାର୍ଯ୍ୟକ୍ରମ । ସମଗ୍ର ଜିଲ୍ଲାରୁ ଆସିଥିବା ମହାବିଦ୍ୟାଳୟ ଏବଂ ବିଶ୍ଵବିଦ୍ୟାଳୟର ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ଏହି କାର୍ଯ୍ୟକ୍ରମରେ ୫ଟି  ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ନୂଆ ଓଡିଶା ଗଠନରେ ଯୁବଶକ୍ତିର ଯୋଗଦାନ ପାଇଁ ପ୍ରେରଣା ଦେଇଥିଲେ। ନୂଆ-ଓ ଛାତ୍ରବୃତ୍ତି କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଥିଲେ ଯେ ଏହା ଯୁବକଯୁବତୀମାନଙ୍କ ପାଇଁ ବିପୁଳ ସୁଯୋଗ ସୃଷ୍ଟି କରିଛି । 

 ଉକ୍ତ କାର୍ଯ୍ୟକ୍ରମରେ ଶ୍ରୀ ପାଣ୍ଡିଆନ ଯୋଗ ଦେଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ ସ୍ମାର୍ଟ କ୍ଲାସ, ଇ-ଲାଇବ୍ରେରୀ, ସାଇନ୍ସ ଲାବ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପଦକ୍ଷେପ ନିଆଯାଉଛି ବୋଲି କହିଥିଲେ I ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ପ୍ରତିଭା ପ୍ରଦର୍ଶନ କରିବା ନିମନ୍ତେ ନୂଆ-ଓ କାର୍ଯ୍ୟକ୍ରମ ସୁଯୋଗ ଆଣିଛି ବୋଲି ସେ ମତ ପ୍ରକାଶ କରିଥିଲେ I ଏହି ଅବସରରେ ବାଲେଶ୍ୱର ଜିଲ୍ଲାର ୭୧ ଗୋଟି ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ୩୦ କୋଟି ୫୯ ଲକ୍ଷ ୨୫ ହଜାର ଟଙ୍କାର ଛାତ୍ରବୃତ୍ତି ପ୍ରଦାନ କରାଯାଇଥିଲା I ସେହି ପରି ଛାତ୍ରଛାତ୍ରୀଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ସେମାନଙ୍କୁ ଖୁବ ଶୀଘ୍ର ସ୍ମାର୍ଟ କାର୍ଡ ଯୋଗାଇ ଦିଆ ଯିବ । ଯାହା ଦ୍ୱାରା ସେମାନେ ବିଭିନ୍ନ ପ୍ରକାର ସୁବିଧା ସୁଯୋଗ ପାଇପାରିବେ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ I ମୁଖ୍ୟମନ୍ତ୍ରୀ ଆଭାସୀ ମାଧ୍ୟମରେ ଛାତ୍ରବୃତ୍ତି ପାଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ନୂଆ-ଓ କାର୍ଯ୍ୟକ୍ରମରେ ସେମାନଙ୍କର ପ୍ରତିଭା ପ୍ରଦର୍ଶନରେ ଖୁସି ବ୍ୟକ୍ତ କରିଥିଲେ I ଛାତ୍ରଛାତ୍ରୀଙ୍କ ପ୍ରତିଭାରେ ସାରା ଓଡିଶା ଓ ଦେଶ ଗର୍ବ କରୁ ଏବଂ ସେମାନଙ୍କର ଦକ୍ଷତା ଅଧିକ ବିକାଶ ତଥା ସୁନ୍ଦର ଭବିଷ୍ୟତ ପାଇଁ ଓଡିଶା ସରକାର ନୂଆ ଓ ଛାତ୍ରବୃତ୍ତି ଆରମ୍ଭ କରିଛନ୍ତି ବୋଲି ସେ କହିଥିଲେ I ଅର୍ଥ ଅଭାବରୁ କୌଣସି ଛାତ୍ରଛାତ୍ରୀ ଉଚ୍ଚ ଶିକ୍ଷା ଲାଭ କରିବାରୁ ବଞ୍ଚିତ ନ ହୁଅନ୍ତୁ ସେଥି ପାଇଁ ଆରମ୍ଭ ହୋଇଛି ନୂଆ-ଓ ଛାତ୍ରବୃତ୍ତି I ଏହି ଯୋଜନା ଅନ୍ତର୍ଗତ ସାଧାରଣ ଓ ଓବିସି ବର୍ଗର ପ୍ରତ୍ୟେକ ଯୋଗ୍ୟ ଛାତ୍ରୀ ୧୦ ହଜାର ଓ ପ୍ରତ୍ୟେକ ଯୋଗ୍ୟ ଛାତ୍ର ୯ ହଜାର ଟଙ୍କା ବୃତ୍ତି ପାଇବେ  I ସେହି ଭଳି ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବର୍ଗର ଛାତ୍ର ଓ ଛାତ୍ରୀ ତଥା ନିର୍ମାଣ ଶ୍ରମିକ ଅଧିନସ୍ଥ ଛାତ୍ର ଓ ଛାତ୍ରୀଙ୍କ ପାଇଁ ଏହି ଅର୍ଥ ରାଶି ଯଥାକ୍ରମେ ୧୦ ହଜାର ଏବଂ ୧୧ ହଜାର ଧାର୍ଯ୍ୟ କରାଯାଇଛି I 

 ଏହି କାର୍ଯ୍ୟକ୍ରମ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ବେଳେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିଶ୍ୱ ରଞ୍ଜନ ନାୟକ ପ୍ରତ୍ୟକ୍ଷ ଭାବରେ ଏହାର ତଦାରଖ କରିଥିଲେ I ଜିଲ୍ଲା ପ୍ରଶାସନର ସମସ୍ତ କର୍ମଚାରୀ ଏହି କାର୍ଯ୍ୟକ୍ରମରେ ନିଜର ଯୋଗଦାନ କରି ଏହାକୁ ସଫଳ କରାଇଥିଲେ।

ଆହୁରି ପଢନ୍ତୁ : ଅଙ୍ଗନବାଡି କେନ୍ଦ୍ର ଓ ମିନି ଅଙ୍ଗନବାଡି କେନ୍ଦ୍ରର କର୍ମୀଙ୍କ ଦରମା ବଢିଲା

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.