ପ୍ରମୁଖ ଖବର
  • ଇଓଡବ୍ଲ୍ୟୁ ପଞ୍ଝାରେ ୨ କୁଖ୍ୟାତ କ୍ରିପ୍ଟୋ ଠକ, ୧୫ କୋଟି ଟଙ୍କାର ଠକେଇ ଅଭିଯୋଗ
  • ||
  • ସ୍ଵାମୀ ସରୋଜଙ୍କ ସହ ବିଜେପିରେ ମିଶିଲେ ଜ୍ୟୋତି ପାଣିଗ୍ରାହୀ, ବିଜେଡିରୁ ଦେଇଥିଲେ ଇସ୍ତଫା
  • ||
  • ମେ ୩୧ରେ ଆସିବ ‘ମିଷ୍ଟର ଆଣ୍ଡ ମିସେସ୍‌ ମାହି’, ଦେଖିବାକୁ ମିଳିବ ରାଜକୁମାର-ଜାହ୍ନବୀଙ୍କ ଜବରଦସ୍ତ କେମେଷ୍ଟ୍ରି
  • ||
  • ଖାଉଟିଙ୍କ ପକେଟକୁ ମହଙ୍ଗା ମାଡ଼: ଟ୍ୱିନ୍‌ ସିଟିରେ ଆଳୁ କିଲୋ ୩୦ ଟଙ୍କା, ସପ୍ତାହକରେ ୮ ଟଙ୍କା ବଢ଼ିଲାଣି
  • ||
  • ପ୍ଲାଷ୍ଟିକ ବଜାରକୁ ନେଇ ବିବାଦ: ଆଜି ୧୨ ସଂଘ-ବିଏମ୍‌ସି ବୈଠକ
  • ||
  • ସୋମବାର ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ପ୍ରତିଷ୍ଠା ଉତ୍ସବ, ମଙ୍ଗଳବାର ଶ୍ରୀଜିଉଙ୍କ ରଥଯାତ୍ରା
  • ||
  • ପାରାଦୀପରେ ୬୧ ଦିନ ଯାଏଁ ମାଛଧରା ବନ୍ଦ, ମାଛ ସଂରକ୍ଷଣକୁ ଦୃଷ୍ଟିରେ ରଖି ମତ୍ସ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ
  • ||
  • ଓଡ଼ିଶାରେ ମୋଦି ନୁହେଁ, ‘ନବୀନ ଗ୍ୟାରେଣ୍ଟି’: ଚାଲିଛି ମତାମତ ସଂଗ୍ରହ, ଖୁବ୍‌ଶୀଘ୍ର ବିଜେଡିର ଇସ୍ତାହାର
  • ||
  • IPL 2024: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ଟକ୍କର, ରୟାଲର କ୍ଲାସେନ ଭୟ
  • ||
  • ରାଜ୍ୟରେ ପୁଣି ପ୍ରଚଣ୍ଡ ତାତି, ଆହୁରି ୪ରୁ ୬ ଡିଗ୍ରୀ ବଢ଼ିବ ପାରଦ: ୧୮ ଯାଏ ଭୀଷଣ ଗ୍ରୀଷ୍ମପ୍ରବାହ
  • ||

ଶନିବାର ବାରବାଟୀ ଷ୍ଟାଡିୟମ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ୪୧ଟି କ୍ରିକେଟ୍‌ ଏକାଡେମୀ ହେବ ଲୋକାର୍ପଣ

କଟକ,୨୭/୦୨: ଆଉ କିଛି ଘଣ୍ଟାର ଅପେକ୍ଷା । ଐତିହାସିକ ବାରବାଟୀ ଷ୍ଟାଡିୟମ୍‌ ନବୀକରଣ ପ୍ରକଳ୍ପର ଶିଳାନ୍ୟାସ ହେବ । ଏଥିପାଇଁ ଓଡ଼ିଶା କ୍ରିକେଟ୍‌ ଆସୋସିଏସନ୍‌ (ଓସିଏ)ର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । କେବଳ ବାରବାଟୀ ଷ୍ଟାଡିୟମ୍‌ ନବୀକରଣ ଶିଳାନ୍ୟାସ ନୁହେଁ ବରଂ ରାଜ୍ୟର ୩୦ଟି ଜିଲ୍ଲାରେ ଓସିଏ ପକ୍ଷରୁ ପ୍ରସ୍ତୁତ ୪୧ଟି କ୍ରିକେଟ୍‌ ଏକାଡେମୀ ଲୋକାର୍ପଣ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଯୋଡ଼ି ହୋଇ ଏସବୁର ଲୋକାର୍ପଣ କରିବେ । ଅନ୍ତର୍ଜାତୀୟ କ୍ରିକେଟର୍‌ ଇର୍‌ଫାନ୍‌ ପଠାନ୍‌ ଓ ବଲିଉଡ୍‌ ଲୋକପ୍ରିୟ କଣ୍ଠଶିଳ୍ପୀ ନେହା କକ୍କର୍‌ ମୁଖ୍ୟ ଆକର୍ଷଣ ସାଜିବେ ।

ଓଡିଶା କ୍ରିକେଟ୍‌ ଆସୋସିଏସନ ସମ୍ମିଳନୀ କକ୍ଷରେ ଆଜି ସନ୍ଧ୍ୟାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ସମ୍ପାଦକ ସଞ୍ଜୟ ବେହେରା ଯୋଗଦେଇ କାର୍ଯ୍ୟକ୍ରମ ସଂପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି । ୪୧ଟି ଯାକ କ୍ରିକେଟ୍‌ ଏକାଡେମୀରେ ଅଭିଜ୍ଞ କ୍ୟୁରେଟର ଓ କୋଚ୍‌ ନିଯୁକ୍ତ କରାଯାଇଛି । ପ୍ରତ୍ୟେକ ଏକାଡେମୀରେ ଟର୍ଫ ୱିକେଟ, ନେଟ୍‌ କ୍ୟାଜେସ୍‌, ଇଭି ରୋଲର୍‌, ପିଚ୍‌ ଗ୍ରାସ୍‌ କଟର୍‌, ବୋଲିଂ ମେସିନ, ପ୍ରାକ୍ଟିସ୍‌ କିଟ୍ସ, ଟ୍ରେନିଂ କିଟସ୍‌ ସମେତ ଅନ୍ୟ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ଓସିଏ ପକ୍ଷରୁ ଯୋଗାଇ ଦିଆଯାଇଛି । 

ମଙ୍ଗଳବାର ଅପରାହ୍ନରେ ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହେବାକୁ ଥିବା କାର୍ଯ୍ୟକ୍ରମରେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ, କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡ଼ା ବିଭାଗର ସଚିବ ଆର୍‌.ଭିନୀଲକ୍ରୀଷ୍ଣା, ଆଇପିଏଲ୍‌ ଗଭର୍ଣ୍ଣିଂ କାଉନସିଲ୍‌ ଅଧ୍ୟକ୍ଷ ଅରୁଣ ସିଂହ ଧୂମାଲ ଓସିଏ ସଭାପତି ପ୍ରଣବ ପ୍ରକାଶ ଦାସ, ଓଡି଼ଶା ହାଇକୋର୍ଟର ଆଡଭୋକେଟ୍‌ ଜେନେରାଲ୍‌ ଅଶୋକ ପରିଜା, ଫାଓ ସମ୍ପାଦକ ଆଶୀର୍ବାଦ ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦେବେ । 

ଏତଦବ୍ୟତୀତ ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟ୍‌ ତାରକା ଇର୍‌ଫାନ୍‌ ପଠାନ୍‌, ପ୍ରଜ୍ଞାନ ଓଝାଙ୍କ ସମେତ ଦେବାଶିଷ ମହାନ୍ତି, ଶିବସୁନ୍ଦର ଦାସ, ସଞ୍ଜୟ ରାଉଳ, ସ୍ୱାଗତିକା ରଥ, ରସନାରା ପରୱିନ, ମାଧୁରୀ ମେହେତା ମଧ୍ୟ ସ୍ୱତନ୍ତ୍ର ଅତିଥି ଭାବେ ସାମିଲ ହେବେ । ଏହି ଅବସରରେ ରାଜ୍ୟ ୩ ଜଣ ବରିଷ୍ଠ କ୍ରୀଡ଼ା ସଂଗଠକ ଆଶୀର୍ବାଦ ବେହେରା, ଶ୍ରଦ୍ଧାନନ୍ଦ ଦାସ ଏବଂ ଅଧୀପ ଦାସଙ୍କୁ କ୍ରୀଡ଼ା କ୍ଷେତ୍ରରେ ଜୀବନବ୍ୟାପୀ ଅବଦାନ ଲାଗି ସମ୍ୱର୍ଦ୍ଧିତ କରାଯିବ । ବଲିଉଡ୍‌ କଣ୍ଠଶିଳ୍ପୀ ନେହା କକରଙ୍କ ଦ୍ୱାରା ସଙ୍ଗୀତ ଭିତ୍ତିକ କାର୍ଯ୍ୟକ୍ରମ ଆୟୋଜିତ ହେବ। ସମ୍ମିଳନୀରେ ଓସିଏ ଉପସଭାପତି ପଙ୍କଜ ଲୋଚନ ମହାନ୍ତି, କୋଷାଧ୍ୟକ୍ଷ ବିକାଶ ପ୍ରଧାନ, ଓଡ଼ିଶା ଅଲିମ୍ପିକ ସଂଘ ସମ୍ପାଦକ ଅଭିଜିତ ପାଲ୍‌, ଯୁଗ୍ମ ସମ୍ପାଦକ ପ୍ରଭାତ ଭୋଳ, ସିଇଓ ସୁବ୍ରତ କୁମାର ବେହେରା ଉପସ୍ଥିତ ଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.