ଭୁବନେଶ୍ଵର, ୧୬/୦୯ : ରାଜ୍ୟରେ ବନ୍ୟା ସ୍ଥିତି ନାହିଁ। ଉପର ମୁଣ୍ଡରେ ପ୍ରବଳ ବର୍ଷା ହେତୁ ତଳିଆ ଅଞ୍ଚଳରେ ପାଣି ପଶିଛି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନ ହୀରାକୁଦକୁ ୪ ଲକ୍ଷ ୫୦ ହଜାର କ୍ୟୁସେକ ଜଳ ପ୍ରବେଶ କରୁଛି। ସେହି ଅନୁପାତରେ ୪ ଲକ୍ଷ ୫୫ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି। ବର୍ତ୍ତମାନ ହୀରାକୁଦରେ ୨୬ଟି ଗେଟ୍ ଖୋଲା ହୋଇଛି ।
ସେ କହିଛନ୍ତି ଯେ, ମୁଣ୍ଡଳୀରେ ୭ ଲକ୍ଷ କ୍ୟୁସେକ ବନ୍ୟା ଜଳ ପ୍ରଭାବିତ ହେଉଛି। ଆଉ ଦୁଇ ତିନି ଦିନ ଏମିତି ପାଣି ପାସ୍ କରିବ । ତଳିଆ ଅଞ୍ଚଳରେ ପାଣି କିଛି ପଶିଛି କିନ୍ତୁ ରାଜ୍ୟରେ ସେମିତି ବନ୍ୟା ସ୍ଥିତି ନାହିଁ । ଏସଆରସିଙ୍କ ସହ ଆମେ ଯୋଗାଯୋଗରେ ଅଛୁ । ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଆଲର୍ଟ କରାଯାଇଛି ଓ ସ୍ଥିତି ଉପରେ ନଜର ରଖାଯାଇଛି । ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ ଓ ଛତିଶଗଡ଼ରେ ପ୍ରବଳ ବର୍ଷା ହୋଇଛି ତେଣୁ ଏହି ପାଣି ଆସିଛି । ରାଜ୍ୟର ଜଳ ପରିଚାଳନା ସମ୍ପୂର୍ଣ୍ଣ ଠିକ୍ ଅଛି । ଅତ୍ୟଧିକ ବର୍ଷା କାରଣରୁ ଏହି ପାଣି ଆସିଛି ।