ପ୍ରମୁଖ ଖବର
  • ପଦ୍ମ ଧରିଲେ ପ୍ରଶାନ୍ତ ଜଗଦେବ, ବିଜେଡିରୁ ହୋଇଥିଲେ ୨ ଥରର ବିଧାୟକ
  • ||
  • ରତ୍ନଭଣ୍ଡାର ଅଳଙ୍କାର ଲିଷ୍ଟ ପାଇଁ କମିଟି ଗଠନ, ୧୨ ଜଣିଆ କମିଟି ଗଠନ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ, ମହାରାଜ ଗଜପତିଙ୍କ ଅଧ୍ୟକ୍ଷତାରେ ବସିଛି ମିଟିଂ
  • ||
  • ମାର୍ଚ୍ଚ ୫​‌ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚଣ୍ଡିଖୋଲର ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • ହିମାଚଳର ୬ ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ ସଦସ୍ୟତା ରଦ୍ଦ
  • ||
  • ଉଦଳା: ସ୍କୁଟି- ବାଇକ୍ ଧକ୍କାରେ ଚାଲିଗଲା ୩ ଜଣ ଜୀବନ
  • ||
  • ୧୦ ବର୍ଷର ପ୍ରତୀକ୍ଷାର ଅନ୍ତ: ଆଜି ବକ୍ସ ଡ୍ରେନ୍‌ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ, ୪୫୦ କୋଟିରେ ହୋଇଛି ନିର୍ମାଣ
  • ||
  • ଭିଜିଲାନ୍ସ ଜାଲରେ ରାଉରକେଲା ESIC ସିନିଅର ଆସିଷ୍ଟାଣ୍ଟ ଅଭିରାମ ସାହୁ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ
  • ||
  • ବିଜେପି ସିଇସିର ପ୍ରଥମ ବୈଠକ: ଆଜି ୧୨୦ ପ୍ରାର୍ଥୀଙ୍କ ତାଲିକା ଜାରି କରିପାରେ ଦଳ
  • ||
  • ପଦ୍ମ ଧରିବେ ପ୍ରଶାନ୍ତ, ମନ୍ମଥ ! ଖୁବଶୀଘ୍ର ହୋଇପାରେ କିଛି ବଡ଼ ଘୋଷଣା
  • ||
  • ଜଳ ସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଆତ୍ମହତ୍ୟା, ଫ୍ୟାନ୍‌ରେ ଝୁଲିପଡିଲେ ପ୍ରଦୀପ କୁମାର ଘୋଷ
  • ||
  • ସରିବ ଖଣ୍ଡଗିରି ଯାତ୍ରା ମହାକୁମ୍ଭ, ଆଜି ବିଦାୟ ନେବେ ୬ ଅପେରା ପାର୍ଟି
  • ||
  • ଟ୍ରକ୍ ସହ ବସ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୬ ଗୁରୁତର
  • ||
  • WPL-2024: ବିଜୟ ଖାତା ଖୋଲିଲା ୟୁପି ଓ୍ୱାରିୟର୍ସ, ୭ ୱିକେଟ୍‌ରେ ହାରିଲା ମୁମ୍ବାଇ ଇଣ୍ଡିଆନ୍ସ
  • ||
  • ଝଲସୁଛି ଉତ୍କଳ ବିଶ୍ୱବିଦ୍ୟାଳୟ, ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ରାଜ୍ୟର ୫ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା, ଉପକୂଳ ଓଡ଼ିଶାରେ ବଢ଼ିବପାରେ ତାତି
  • ||

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ସହାୟତା ପାଇଁ ୧୧୭୯ କୋଟି, ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ୪୧୭ କୋଟି ବ୍ୟୟବରାଦ

ଭୁବନେଶ୍ୱର, ୦୮/୦୨: ନାରୀ କୈନ୍ଦ୍ରିକ ନୀତି ଓ କାର୍ଯ୍ୟକ୍ରମକୁ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି । ୨୦୨୪-୨୫ ଆର୍ଥିକ ବର୍ଷରେ ମିଶନ ଶକ୍ତି କାର୍ଯ୍ୟକ୍ରମ ଅଧିନରେ ୨୭୬୧ କୋଟି ଟଙ୍କା ପ୍ରଦାନ କରାଯାଇଛି । ଜାତୀୟ ଗ୍ରାମୀଣ ଜୀବିକା ମିଶନ (NRLM) ଅଧିନରେ ୧୧୬୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ସେମାନଙ୍କ ସଂଘକୁ ଆର୍ଥିକ ସହାୟତା ଲାଗି ୧୧୭୯ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ୪୧୭ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।

ରାଜ୍ୟରେ ମିଶନ ଶକ୍ତି ଯୋଜନାରେ ଏବେ ସୁଦ୍ଧା ୬ ଲକ୍ଷ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଗଠିତ ହୋଇଛି । ଯାହାର ମୋଟ ସଦସ୍ୟା ସଂଖ୍ୟା ବର୍ତ୍ତମାନ ପ୍ରାୟ ୭୦ ଲକ୍ଷ । ରାଜ୍ୟର ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ଗୋଟିଏ ମିଶନ ଶକ୍ତି ଗୃହ ନିର୍ମାମ କରାଯିବ । ସେହିଭଳି ୧୧୪ଟି ସହରାଞ୍ଚଳର ପ୍ରତି ୱାର୍ଡରେ ମିଶନ ଶକ୍ତ ଗୃହ ନିର୍ମାଣ ଯୋଜନା ରହିଛି ।

୨୦୨୨-୨୩ ଆର୍ଥିକ ବର୍ଷରେ ୩ ଲକ୍ଷ ୬୫ ହଜାର ସ୍ୱୟଂ ସହାୟକ ଗୋଷ୍ଠୀକୁ ୧୧ ହଜାର ୫ କୋଟି ଟଙ୍କାର ଆନୁଷ୍ଠାନିକ ଆର୍ଥିକ ସୁବିଧା ବ୍ୟାଙ୍କ ଜରିଆରେ ଦିଆ ଯାଇଛି । ଏସଏଚଜି ନିୟମିତ ଋଣ ପରିଶୋଧ କଲେ ସେମାନଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସୁଧମୁକ୍ତ ଋଣ ପ୍ରଦାନ ଲାଗି ମିଶନ ଶକ୍ତି ଋଣ ନାମରେ ସୁଧ ରିହାତି ଯୋଜନା ଆରମ୍ଭ ହୋଇଛି ।

ମିଶନ ଶକ୍ତି ସ୍କୁଟର ଯୋଜନା ଅଧିନରେ ସ୍କୁଟର କିଣିବା ଲାଗି ପଞ୍ଚାୟତ, ବ୍ଲକ ଓ ଜିଲ୍ଲାସ୍ତରୀୟ ମହାସଂଘର ପ୍ରାୟ ୨ ଲକ୍ଷ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଏବଂ କାର୍ଯ୍ୟନିର୍ବାହୀ ସମିତି ସଦସ୍ୟଙ୍କୁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସୁଧମୁକ୍ତ ବ୍ୟାଙ୍କ ଋଣ ପ୍ରଦାନ କରାଯାଉଛି । ଏଥିପାଇଁ ଆଗାମୀ ୫ ବର୍ଷରେ ୫ ଶହ ୨୯ କୋଟି ଟଙ୍କା ବ୍ୟୟ ଆକଳନ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.