ପ୍ରମୁଖ ଖବର
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

ପାର୍ସଲ୍‌ ବୋମା ବିସ୍ଫୋରଣ ଘଟଣା: ପୁଞ୍ଜିଲାଲ୍‌ଙ୍କ ଜାମିନ ଆବେଦନ ଖାରଜ

କଟକ,୧୦/୧୧: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ଅନ୍ତରୀଣ ଜାମିନ୍‌ ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି । ପାଇଲ୍‌ସ ଚିକିତ୍ସା ପାଇଁ ପୁଞ୍ଜିଲାଲ ଅନ୍ତରୀଣ ଜାମିନ୍‌  ପ୍ରାର୍ଥନା କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ବିଚାରପତି ଜଷ୍ଟିସ୍‌ ସଙ୍ଗମ କୁମାର ସାହୁ ଜାମିନ୍‌ ଆବେଦନକୁ ଖାରଜ କରିଛନ୍ତି । 

ଜାମିନ୍‌ ମାମଲା ଶୁଣାଣି ଅବସରରେ ହାଇକୋର୍ଟ ରାଜ୍ୟ ସରକାରଙ୍କଠାରୁ ରିପୋର୍ଟ ତଲବ କରିଥିଲେ । ରାଜ୍ୟ ସରକାର ଜବାବରେ ଦର୍ଶାଇଥିଲେ, ଭିଏସ୍‌ଏସ୍‌ ମେଡିକାଲ  ବୁର୍ଲାରେ ପୁଞ୍ଜିଲାଲ୍‌ଙ୍କୁ ଆବଶ୍ୟକ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଏହି ରିପୋର୍ଟ ପାଇବା ପରେ ହାଇକୋର୍ଟ ଆବେଦନକାରୀ ପୁଞ୍ଜିଲାଲ୍‌ଙ୍କ ଜାମିନ୍‌ ଆବେଦନକୁ ଖାରଜ କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ମାମଲାକୁ ଆଇନଜୀବୀ ପ୍ରିୟବ୍ରତ ତ୍ରିପାଠୀ ପରିଚାଳନା କରୁଥିଲେ।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.