ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

ଓଡ଼ିଶାର ପ୍ରଜ୍ଞାପନ ମେଢ ଜିତିଲା ପ୍ରଥମ ପୁରସ୍କାର

ଭୁବନେଶ୍ୱର,୨୯/୧ : ଗଣତନ୍ତ୍ର ଦିବସ ଉପଲକ୍ଷେ ଦିଲ୍ଲୀଠାରେ ପରେଡରେ ଚଳିତ ଥର ସ୍ଥାନ ପାଇଥିବା ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଥମ ହୋଇଛି । ନାରୀ ସଶକ୍ତିକରଣ ଉପରେ ଆଧାରିତ ହୋଇଥିଲା ଓଡ଼ିଶାର ପ୍ରଜ୍ଞାପନ ମେଢ । ଏହାକୁ ବିଚାରକ ମଣ୍ଡଳି ଦ୍ବାରା ଶ୍ରେଷ୍ଠ ବିବେଚନା କରାଯାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସୂଚୀରେ ଗୁଜରାଟ ଦ୍ବିତୀୟ ସ୍ଥାନରେ ରହିଥିବାବେଳେ ତାମିଲନାଡୁ ତୃତୀୟ ସ୍ଥାନରେ ରହିଛି । ସେହିପରି ମନ୍ତ୍ରଣାଳୟଗୁଡିକର ପ୍ରଜ୍ଞାପନ ମେଢ ମଧ୍ୟରେ ସଂସ୍କୃତି ମନ୍ତ୍ରଣାଳୟ ପ୍ରଥମ ସ୍ଥାନରେ ରହିଛି ।

ଓଡ଼ିଶାର ପ୍ରଜ୍ଞାପନ ମେଢ କର୍ତ୍ତବ୍ୟପଥର ଶୋଭା ବଢ଼ାଇଥିଲା । ଏଥିର ଥିମ୍ ଥିଲା ବିକଶିତ ଭାରତରେ ନାରୀ ସଶକ୍ତିକରଣ । ଓଡ଼ିଶା ମେଢ଼ରେ ରାଜ୍ୟର ସମୃଦ୍ଧ ରଘୁରାଜପୁର ପଟ୍ଟଚିତ୍ର, ହସ୍ତଶିଳ୍ପ ଓ କୁଟୀର ଶିଳ୍ପ ମାଧ୍ୟମରେ ଗ୍ରାମାଞ୍ଚଳର ମହିଳାଙ୍କ ଅର୍ଥନୈତିକ ଉନ୍ନତି ଓ ସଶକ୍ତିକରଣର ବାର୍ତ୍ତା ପ୍ରଦର୍ଶିତ ହୋଇଥିଲା । ୪୫ ଫୁଟ ଦୈର୍ଘ୍ୟ ୧୪ ଫୁଟ ପ୍ରସ୍ଥ ଓ ୧୬ ଫୁଟ ଉଚ୍ଚତା ବିଶିଷ୍ଟ ରହିଛି ଏହି ମେଢ଼। ଏହା ଉପରେ ଓଡ଼ିଶା ମହିଳା ହସ୍ତଶିଳ୍ପୀମାନେ ଚାନ୍ଦୁଆ ଓ ପଟ୍ଟଚିତ୍ର ପ୍ରସ୍ତୁତି ପ୍ରଦର୍ଶନ କରିଥିଲେ । ଉଭୟ ପାର୍ଶ୍ୱରେ ବାଲେଶ୍ୱର ଜିଲ୍ଲା ଗୋପାଳପୁରର ଲାକ୍ଷ କଳାବିକାଶ କେନ୍ଦ୍ରର ମହିଳାମାନେ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ । ଏଥର ଜାତୀୟ ପରେଡରେ ଓଡ଼ିଶା ସମେତ ୧୬ଟି ରାଜ୍ୟ ଓ ୯ଟି ମନ୍ତ୍ରଣାଳୟର ୨୬ଟି ପ୍ରଜ୍ଞାପନ ମେଢ ଅଂଶଗ୍ରହଣ କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.