ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାଜ୍ୟର ସମସ୍ତ ପୌରାଞ୍ଚଳରେ ଓଡ଼ିଆ ଭାଷା ସମ୍ମିଳନୀ ପାଳନ କରିବାକୁ ପରାମର୍ଶ

ଭୁବନେଶ୍ୱର, ୨୭।୦୧: ଆୟୋଜନ ହେଉଛି ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ । ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ କରାଯାଉଛି । ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ରୁ ୫ ତାରିଖ ମଧ୍ୟରେ ସ୍ଥାନୀୟ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଅନୁଷ୍ଠିତ ହେବ । ଏଥିରେ ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପିକା, ଗବେଷକ, ବୁଦ୍ଧିଜୀବୀ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଆ ଭାଷା ପ୍ରତି ଆଗ୍ରହ ସୃଷ୍ଟି ସହ ଭାଷାକୁ ପ୍ରୋତ୍ସାହିତ କରିବାକୁ ସମ୍ମିଳନୀରେ ବ୍ୟାପକ ଆୟୋଜନ କରାଯାଉଛି । 

ପ୍ରତ୍ୟେକ ବ୍ୟକ୍ତି ଏଠାକୁ ଆସି ଓଡ଼ିଆ ଭାବେ ନିଜକୁ ଗର୍ବ ଅନୁଭବ କରିବା ସହ ଅଭୁଲା ସ୍ମୃତି ନେଇ ଯିବେ । ଏହି ସମୟରେ ରାଜ୍ୟର ସମସ୍ତ ପୌରାଞ୍ଚଳମାନଙ୍କରେ ଓଡ଼ିଆ ଭାଷା ସମ୍ମିଳନୀ ପାଳନ କରିବା ନିମନ୍ତେ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ନିଷ୍ପତ୍ତି ନିଆଯାଇଛି l ଏନେଇ ପୌର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ସମସ୍ତ ମହାନଗର ନିଗମର କମିଶନର ଏବଂ ପୌର ପରିଷଦ ଓ ଏନ୍‌ଏସିର ନିର୍ବାହୀ ଅଧିକାରୀମାନଙ୍କୁ ପତ୍ର ଲେଖିବା ସହ ଆବାସି ମାଧ୍ୟମରେ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି I 

ଶ୍ରୀ ନାୟକ ଲେଖିଥିବା ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଭୁବନେଶ୍ୱରଠାରେ ଫେବୃଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ପ୍ରଥମ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବା ବାବଦରେ ଆପଣମାନେ ସମସ୍ତେ ଅବଗତ ଅଛନ୍ତି । ଭୁବନେଶ୍ୱରଠାରେ ଅନୁଷ୍ଠିତ ହେଉଥିବା ଏହି ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ବ୍ୟାପକ କରିବା ନିମନ୍ତେ ସବୁ ସହରାଞ୍ଚଳ, ସ୍ୱାୟତ୍ତ ଶାସନ ସଂସ୍ଥାମାନଙ୍କରେ ଏହା ପାଳନ କରିବାର ଆବଶ୍ୟକତା ରହିଛି । ଏହି ଆୟୋଜନ ନିମନ୍ତେ ନିମ୍ନଲିଖିତ କାର୍ଯ୍ୟକ୍ରମଗୁଡ଼ିକ ଗ୍ରହଣ କରାଯାଇପାରେ ବୋଲି ସେ ପରାମର୍ଶ ଦେଇଛନ୍ତି l

ବ୍ୟାପକ ସଚେତନତା ନିମନ୍ତେ ଓଡ଼ିଆ ଭାଷା ଓ ସଂସ୍କୃତିର ବିକାଶ କ୍ଷେତ୍ରରେ ଅବଦାନ ରଖିଥିବା ପ୍ରସିଦ୍ଧ କବି, ଲେଖକ ଓ ଭାଷାବିତ୍‌ଙ୍କ ପରି ଓଡ଼ିଆ ବ୍ୟକ୍ତିତ୍ୱମାନଙ୍କ ଚିତ୍ର / ଛବିର ପେଣ୍ଟିଂ ସହରାଞ୍ଚଳ ସ୍ୱାୟତ୍ତ ଶାସନ ସଂସ୍ଥାର ପ୍ରମୁଖ ସ୍ଥାନଗୁଡ଼ିକରେ ରଖାଯାଇପାରେ । ଓଡ଼ିଆ ଗବେଷକ, ବିଦ୍ୱାନ ଓ ବୁଦ୍ଧିଜୀବୀମାନଙ୍କୁ ସ୍ଥାନୀୟ ଅଞ୍ଚଳରେ ସମ୍ବର୍ଦ୍ଧିତ କରିବା ପାଇଁ କାର୍ଯ୍ୟକ୍ରମ ଆୟୋଜନ କରାଯାଇପାରେ । ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଓଡ଼ିଆ ତର୍କ, ପ୍ରବନ୍ଧ ଓ ତତ୍କାଳ ବକ୍ତୃତା ପ୍ରତିଯୋଗିତାର ଆୟୋଜନ କରାଯାଇପାରେ । 

ସମ୍ମିଳନୀର ଯଥାର୍ଥ ଆୟୋଜନକୁ ଦୃଷ୍ଟିରେ ରଖି ସହରାଞ୍ଚଳ ସ୍ୱାୟତ୍ତ ଶାସନ ସଂସ୍ଥାର ବିଭିନ୍ନ ୱାର୍ଡରେ ଓଡ଼ିଆ ଅସ୍ମିତା ରଥର ପରିକ୍ରମା କରାଯାଇପାରେ । ଓଡ଼ିଆରେ ସାଇନ୍‌ବୋର୍ଡ/ବିଲ୍‌ବୋର୍ଡ/ହୋର୍ଡିଂଗୁଡ଼ିକ ଲେଖାଯିବା ଉପରେ ଗୁରୁତ୍ୱ ଦେଇ କାର୍ଯ୍ୟ କରାଯାଇପାରେ । ଏପରି କାର୍ଯ୍ୟକ୍ରମଗୁଡ଼ିକର ଆୟୋଜନକୁ ସୁନିଶ୍ଚିତ କରିବା ନିମନ୍ତେ ଏବଂ ସଂପୃକ୍ତ କାର୍ଯ୍ୟକ୍ରମର ବିବରଣୀ ଓ ଉଚ୍ଚ ମାନର ( ହାଇ ରିଜୋଲୁସନ୍‌) ଫଟୋଗୁଡ଼ିକ ଏହି ବିଭାଗର ଅବଗତି ତଥା ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ନିମନ୍ତେ ପଠାଇବାକୁ ପୌର ନିର୍ଦ୍ଦେଶକ ଶ୍ରୀ ନାୟକ ଲେଖିଥିବା ପତ୍ରରେ ଅନୁରୋଧ କରିଛନ୍ତି l ଏନେଇ ଆଭାସୀ ଆଲୋଚନା କାଳରେ ସମସ୍ତ ପୌର ପରିଷଦ ଏହି ଆଲୋଚନାରେ ଯୋଗଦାନ କରି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ରକ୍ଷା କରିବା ନିମନ୍ତେ ସେମାନଙ୍କ ପ୍ରତିବଦ୍ଧତା ଜଣାଇଥିଲେ l

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.