ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଦୁର୍ବୁତ୍ତଙ୍କ ଆକ୍ରମଣରେ ଜଣେ ମୃତ, ୨ ଗୁରୁତର

ଲମତାପୁଟ, ୬।୦୨: ଦୁର୍ବୁତ୍ତଙ୍କ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଗୁରୁତର ହୋଇଥିବା ସୂଚନା l ବୈପାରୀଗୁଡ଼ା ବ୍ଲକ ଦୋରାଗୁଡ଼ା ଗ୍ରାମର ୩ ଜଣ ବ୍ୟକ୍ତି ବୁଲେଟ୍ ଲମତାପୁଟରୁ ଘରକୁ ଫେରୁଥିଲେ l ଲମତାପୁଟରୁ ପ୍ରାୟ ୪ କିଲୋମିଟର ଦୂର ମୁଖ୍ୟ ରାସ୍ତାରେ ଦୁର୍ବୁତ୍ତମାନେ ଲୁହା ଛଡ଼ ଏବଂ ଠେଙ୍ଗାରେ ଆକ୍ରମଣ କରିଥିଲେ । 

ଘଟଣାସ୍ଥଳରେ ଗୁରୁଶୁକ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ସନିଆ ହନ୍ତାଳ ଏବଂ ସନିଆ ଖରା ଗୁରୁତର ଅବସ୍ଥାରେ ଲମତାପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି l ରାତିରେ ଲମତାପୁଟ ପୋଲିସ ପାଟ୍ରୋଲିଙ୍ଗ କରୁଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଥିଲା । ପରେ ମେଡିକାଲରେ ଭର୍ତ୍ତି କରିବା ସହ ତଦନ୍ତ ଆରମ୍ଭ କରିଛି l ରାତିରେ ୩ ଜଣ ଲମତାପୁଟଠାରେ ଥିବା ଉଡ଼ାନ ବାର୍‌ରେ ମଦ୍ୟପାନ କରିବା ସମୟରେ କିଛି ବ୍ୟକ୍ତିଙ୍କ ସହ ତାଙ୍କର ପାଟିତୁଣ୍ଡ ହୋଇଥିଲା l ହୁଏତ ସେମାନେ ଆକ୍ରମଣ କରିଥାଇପାରନ୍ତି ବୋଲି ପୋଲିସ ସନ୍ଦେହ କରୁଛି l

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.