ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ସମ୍ବଲପୁରରେ ବ୍ରହ୍ମକୁମାରୀଙ୍କ “ନୂତନ ଭାରତର ନୂତନ ଶିକ୍ଷା ନୀତି” ଅଭିଯାନର ଶୁଭାରମ୍ଭ, ବିକଶିତ ଏବଂ ଭବ୍ୟ ଭାରତ ଶିକ୍ଷା ମାଧ୍ୟମରେ ହିଁ ସମ୍ଭବ : ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର, ୨୨/୧୧ :  ବିକଶିତ ଏବଂ ଭବ୍ୟ ଭାରତ ଶିକ୍ଷା ମାଧ୍ୟମରେ ହିଁ ହୋଇପାରିବ ବୋଲି ବୁଧବାର ସମ୍ବଲପୁର ଶାସନ ପାବନ ସରୋବର ଠାରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ କରକମଳରେ  “ନୂତନ ଭାରତର ନୂତନ ଶିକ୍ଷା ନୀତି ଅଭିଯାନ” ର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  

ପ୍ରଜାପିତା ବ୍ରହ୍ମକୁମାରୀ ଅନୁଷ୍ଠାନ ପକ୍ଷରୁ ଆଧ୍ୟାତ୍ମିକ ସଶକ୍ତୀକରଣ ମାଧ୍ୟମରେ ଭାରତକୁ ବଢାଇବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଏହି ରାଷ୍ଟ୍ରୀୟ ଅଭିଯାନକୁ ପ୍ରଶଂସା କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ୨୦୨୦ରେ ଦେଶରେ ନୂଆ ଜାତୀୟ ଶିକ୍ଷା ନୀତି ପ୍ରଣୟନ କରାଯାଇଛି । ଗୋଟିଏ ସମୟରେ ଆମ ଦେଶ ସୁନାର ଭାରତ ଥିଲା । ମାତ୍ର ଲମ୍ବା ସମୟର ପରାଧୀନତା କାରଣରୁ ଏଥିରେ ଅଧୋଗତି ଦେଖାଗଲା । ଏହାକୁ ସୁଧାରିବା ଦିଗରେ ବ୍ରହ୍ମାକୁମାରୀ ଅନୁଷ୍ଠାନର ଆଧ୍ୟାତ୍ମିକ ସଶକ୍ତୀକରଣ ମାଧ୍ୟମରେ ଭାରତକୁ ବଢାଇବା ଲକ୍ଷ୍ୟରେ “ନୂତନ ଭାରତର ନୂତନ ଶିକ୍ଷା ନୀତି ଅଭିଯାନ” ସମ୍ବଲପୁରରୁ ଆରମ୍ଭ ହେବା ଖୁସିର ବିଷୟ । 

ଦେଶରେ ୧୪୦ କୋଟି ନାଗରିକଙ୍କ ମଧ୍ୟରୁ ୩ ରୁ ୨୩ ବର୍ଷ ବୟସର ପ୍ରାୟ ୫୦ କୋଟି ନାଗରିକ ଅଛନ୍ତି । ବର୍ତ୍ତମାନ ସମୟରେ ଚ୍ୟାଲେଞ୍ଜ୍ ହେଉଛି ସେମାନଙ୍କୁ ଆମେ ମନୁଷ୍ୟ କରିବା ନା ମେସିନ୍ ବନାଇବା ?  ଆଜି ଏଆଇ ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଦରକାର ନା ଏଚଆଇ ବା ହୁମ୍ୟାନ ଇଣ୍ଟେଲିଜେନ୍ସ ଦରକାର । ଏହାର ଗୋଟିଏ ସୂତ୍ର ଆଧ୍ୟାତ୍ମିକତା । ଭାରତକୁ ଏକବିଂଶ ଶତାବ୍ଦୀରେ ଭବ୍ୟ ଓ ବିକଶିତ କରିବାର ଚାବିକାଠି ହେବା ଶିକ୍ଷା । ଦେଶରେ ସମାନତା ଓ ଦାରିଦ୍ୟକୁ ମୂଳତ୍ପାଟନ କରିବାର ଏକମାତ୍ର ପୁଞ୍ଜି ଶିକ୍ଷା । ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟର ସମାଜରେ ନିରନ୍ତର ଶିକ୍ଷା ଜାରୀ ରଖିବାର ପରମ୍ପରା ପ୍ରଶଂସନୀୟ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ରଘୁବର ଦାସ ମଧ୍ୟ ଯୋଗଦେଇ ନିଜର ଅଭିଭାଷଣ ରଖିଥିଲେ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.