ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ନିଆଁରେ ପୋଡ଼ି ଲକ୍ଷାଧିକ ଟଙ୍କାର ପିଭିସି ପାଇପ୍‌ ପାଉଁଶ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ

କାଶୀପୁର : କାଶୀପୁର ବ୍ଲକର ମେଗା ପାନୀୟ ଜଳପ୍ରକଳ୍ପ ପାଇଁ ଆସିଥିବା ଲକ୍ଷାଧିକ ଟଙ୍କାର ପିଭିସି ପାଇପ୍‌ ନିଆଁରେ ପୋଡ଼ି ପାଉଁଶ ହୋଇ ଯାଇଛି। ଖୁରି ଗାଁ ପଞ୍ଚାୟତ ସଦରର ଏକ ସ୍ଥାନରେ ଗଚ୍ଛିତ ଥିବା ପାଇପ୍‌ରେ ଆଜି ସନ୍ଧ୍ୟାରେ କୌଣସି କାରଣରୁ ନିଆଁ ଲାଗିଯାଇ ଥିଲା।ତୁରନ୍ତ କାଶୀପୁର ପୁଲିସ ଏବଂ ଦମକଳ ବାହିନୀଙ୍କୁ ଖବର ଦିଆଯାଇ ଥିଲା। କିନ୍ତୁ ଖୁରିଗାଁ ଠାରୁ ପ୍ରାୟ ଚାରି କିଲୋମିଟର ଦୂରରେ ଥିବା ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରାଯାଇ ଥିବାର ଜଣାଯାଇଛି।

ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡ଼ି ନାହିଁ। କିନ୍ତୁ ଅଗ୍ନିଶମ ବାହିନୀ ପହଞ୍ଚିବା ପୂର୍ବରୁ ଲକ୍ଷାଧିକ ଟଙ୍କାର ପାଣିପାଇପ ପୋଡ଼ି ପାଉଁଶ ହୋଇ ଥିବାର ଖବର ମିଳିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.