ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ସାଇକେଲ ଆରୋହୀଙ୍କ ଉପରେ ଚଢିଗଲା ପିକଅପ୍, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଭୋଗରାଇ, ୦୨/୦୨ : ସାଇକେଲ ଆରୋହୀଙ୍କ ଉପରେ ଚଢିଗଲା ପିକଅପ୍। ବାଲେଶ୍ବର ଜିଲ୍ଲା କମର୍ଦ୍ଦା ଥାନା ଅନ୍ତର୍ଗତ ୫୭ ନଂ ରାଜ୍ୟ ରାଜପଥ କଣ୍ଠାଳିଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ସାଇକେଲ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି। 

ସୂଚନା ଅନୁଯାୟୀ, ନହରା ଗ୍ରାମର ଖଗେନ୍ଦ୍ର ଭୁଇଁୟା ଘରକୁ ସାଇକେଲ ଯୋଗେ ଫେରୁଥିଲେ। କମର୍ଦ୍ଦା ଥାନା ଅନ୍ତର୍ଗତ ୫୭ ନଂ ରାଜ୍ୟ ରାଜପଥ କଣ୍ଠାଳିଆ ଛକ ନିକଟରେ ଇଲେକ୍ଟ୍ରି ବିଭାଗର ଏକ ଗାଡ଼ି ତାଙ୍କ ଉପରକୁ ଚଢି ଯାଇଥିଲା। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଫଳରେ ସ୍ଥାନୀୟ ଲୋକେ ପିକଅପ୍‌ରେ ଥିବା ଇଲେକ୍ଟ୍ରି ବିଭାଗର ସମସ୍ତ କର୍ମଚାରୀମାନଙ୍କୁ ଖୁଣ୍ଟରେ ବାନ୍ଧି ଦେଇଥିଲେ। ଉତ୍ୟକ୍ତ ଲୋକମାନେ କ୍ଷତିପୂରଣ ଦାବିରେ ରାସ୍ତାରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଉଭୟ ପାର୍ଶ୍ଵରେ ଶତାଧିକ ଗାଡି ଅଟକି ରହିଛି। କମର୍ଦ୍ଦା ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.