ପ୍ରମୁଖ ଖବର
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ଆଜି ଓୟୁଟିଆର୍‌ରେ ପ୍ରଥମ ସମାବର୍ତ୍ତନ ଉତ୍ସବ, ସଭାପତିତ୍ୱ କରିବେ ରାଜ୍ୟପାଳ
  • ||
  • ମଙ୍ଗଳବାର ୟୁପି ରାଜ୍ୟସଭା ନିର୍ବାଚନ, ବିଜେପିକୁ ସମର୍ଥନ କରିବେ ରାଜା ଭୈୟା
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||
  • ୨୯ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଉପସ୍ଥାପିତ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସ ୯ ଓ୍ବିକେଟ୍ ବିଜୟୀ, ୟୁପି ୱାରିୟର୍ସର ଦ୍ୱିତୀୟ ପରାଜୟ
  • ||
  • ବୁଧବାରଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଆଜି କାର୍‌କେଡ୍‌ ରିହର୍ସାଲ କରିବ ଓଡ଼ିଶା ପୁଲିସ୍‌
  • ||
  • ଶନିବାର ବାରବାଟୀ ଷ୍ଟାଡିୟମ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ୪୧ଟି କ୍ରିକେଟ୍‌ ଏକାଡେମୀ ହେବ ଲୋକାର୍ପଣ
  • ||
  • ଆସନ୍ତା ୩ ତାରିଖ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଡମ୍ଫରକୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍, ୨୦ ଆହତ

ବାଲେଶ୍ୱର, ୮/୧ : ଡମ୍ଫରକୁ ଧକ୍କା ଦେଲା ତୀର୍ଥଯାତ୍ରୀ ବସ୍। ୨୦ ଯାତ୍ରୀ ଆହତ। ଗୁରୁବାର ଭୋର ସମୟରେ ପୁରୀରୁ ପଶ୍ଚିମବଙ୍ଗ ଫେରୁଥିବା ବେଳେ ଏକ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି।

ସୂଚନା ମୁତାବକ, ପଶ୍ଚିମବଙ୍ଗର ବାଙ୍କୁଡା ଅଞ୍ଚଳରୁ ଏକ ବସ୍‌ରେ ତୀର୍ଥଯାତ୍ରୀ ଜଗା ଦର୍ଶନ ପାଇଁ ପୁରୀ ଯାଇଥିଲେ। ବୁଧବାର ସେମାନେ ବାଙ୍କୁଡା ଫେରୁଥିଲେ। ଗୁରୁବାର ଭୋର ସମୟରେ ବସ୍‌ଟି ନିଧିପଣ୍ଡା ନିକଟରେ ଆଗରେ ଯାଉଥିବା ଏକ ଡମ୍ଫରକୁ ଧକ୍କା ଦେଇଥିଲା। ପରେ ନିୟନ୍ତ୍ରଣ ହରାଇ ବସ୍ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଫଳରେ ବସ୍‌ରେ ଥିବା ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଜିଲ୍ଲା ହସ୍ପିଟାଲକୁ ନିଆଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବାଙ୍କୁଡା ପଠାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.