ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଦେଖିବେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁ, ଆସନ୍ତାକାଲିଠାରୁ ଶ୍ରୀଜୀଉଙ୍କୁ ଦର୍ଶନ ଓ ପରିକ୍ରମା ପ୍ରକଳ୍ପ ପରିକ୍ରମଣ

ପୁରୀ, ୨୮/୧ : ଜାନୁଆରୀ ୧୭ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଲୋକାର୍ପିତ ହୋଇଥିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏହି ମହତ୍ୱକାଂକ୍ଷୀ ପ୍ରକଳ୍ପକୁ ଦୈନିକ ହଜାର ହଜାର ଶ୍ରଦ୍ଧାଳୁ ଦେଖି ଖୁସି ବ୍ୟକ୍ତ କରୁଛନ୍ତି । ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ଶ୍ରୀଜଗନ୍ନାଥ ଚେତନା ଓ ଭାବଧାରା ଆଧାରରେ ସମଗ୍ର ରାଜ୍ୟରେ ପରିଭ୍ରମଣ କରିଥିଲା ଅର୍ପଣ ରଥ। ପ୍ରତ୍ୟେକ ବ୍ୟକ୍ତି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥିଲେ ଅକ୍ଷତ, ଗୁଆ। ସେତେବେଳେ ସରକାର ପର୍ଯ୍ୟାୟ କ୍ରମେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁମାନଙ୍କୁ ମହାପ୍ରଭୁଙ୍କ ଦର୍ଶନ ଓ ଏହି ପ୍ରକଳ୍ପ ପରିକ୍ରମଣ କରାଯିବ ବୋଲି ସୂଚନା ଦେଇଥିଲେ।

ସେହି ଆଧାରରେ ଆସନ୍ତାକାଲି ଅର୍ଥାତ ଜାନୁଆରୀ ୨୯ତାରିଖଠାରୁ ପର୍ଯ୍ୟାୟ କ୍ରମେ ଶ୍ରଦ୍ଧାଳୁଙ୍କ ଆଗମନ ପାଇଁ ବ୍ୟବସ୍ଥା କରାଯାଇଛି। ପ୍ରଥମ ଦିନ ଗଞ୍ଜାମ, ବାଲେଶ୍ଵର, ମୟୂରଭଞ୍ଜ, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳର ଜନସାଧାରଣ ଆସିବେ। ସମସ୍ତ ଶ୍ରଦ୍ଧାଳୁଙ୍କୁ ନେଇ ଆସୁଥିବା ବସ ଗୁଡ଼ିକ ବୀର ହରେକୃଷ୍ଣପୁର ଡାହାଣ ପାର୍ଶ୍ଵରେ ଯାଇ ସମଙ୍ଗ ପାର୍କିଂସ୍ଥଳରେ ପହଞ୍ଚିବେ। ସେଠାରୁ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଫିଡ଼ର ବସ ମାଧ୍ୟମରେ ଶ୍ରୀସେତୁ ଦେଇ ଜଗନ୍ନାଥ ବଲ୍ଲଭ ପିଲଗ୍ରିମ ସେଣ୍ଟରକୁ ନିଆଯିବ। ସେଠାରୁ ଶ୍ରୀମାର୍ଗ ଦେଇ ମହାପ୍ରଭୁଙ୍କ ଦର୍ଶନ ଓ ପରିକ୍ରମା ପ୍ରକଳ୍ପ ପରିକ୍ରମଣ କରାଯିବ। 

ଏହି କାର୍ଯ୍ୟରେ ବିଭିନ୍ନ ଅଧିକାରୀ, କର୍ମଚାରୀ, ସୁରକ୍ଷା କର୍ମଚାରୀ ଓ ସ୍ୱଛାସେବୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ପ୍ରଥମ ଦିନର କାର୍ଯ୍ୟସୂଚୀ ଅନୁସାରେ ସକାଳ ୯ ଘଟିକାରେ କଟକ ମହାନଗର ନିଗମ ଓ ୧୦ଘଟିକା ରେ କଟକ ଜିଲ୍ଲାର ଅନ୍ୟ ବ୍ଲକ ଅଞ୍ଚଳର ଶ୍ରଦ୍ଧାଳୁ ପହଞ୍ଚିବେ। ସେହିପରି ମୟୂରଭଞ୍ଜ, ବାଲେଶ୍ଵର ସକାଳ ୧୦ଘଟିକା, ଗଞ୍ଜାମ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳର ଶ୍ରଦ୍ଧାଳୁମାନେ ଦିବା ୧୨ଘଟିକାରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ସୂଚାରୁ ରୁପେ ପରିଚାଳନା କରିବା ପାଇଁ ପଞ୍ଚାୟତରାଜ ବିଭାଗ ଓ ଜିଲ୍ଲା ପ୍ରଶାସନ କ୍ୟାଲେଣ୍ଡର ସହ ନୋଡ଼ାଲ ଅଫିସରମାନଙ୍କୁ ନିୟୋଜିତ କରିଛନ୍ତି ବୋଲି ସୂଚନା ମିଳିଛି ।

 

  • prameyanews
  • PrameyaOdia
  • prameya
  • Srimandir Parikrama Project
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.