ପ୍ରମୂଖ ଖବର
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଘୋଷଣା, ପତ୍ନୀଙ୍କୁ ସରକାରୀ ଚାକିରି

Published By : Harapriya Sethi | April 24, 2025 8:46 AM

ଭୁବନେଶ୍ୱର, ୨୪/୦୪: ବାସଭବନରେ ପହଞ୍ଚିଲା ପ୍ରଶାନ୍ତଙ୍କ ପ୍ରାର୍ଥିବ ଶରୀର । ଶେଷ ଦର୍ଶନ ପାଇଁ ଏକାଠି ହେଲେ ଗ୍ରାମବାସୀ ।  ପ୍ରଶାନ୍ତଙ୍କ ଶେଷ ଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ। ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା ସହାୟତା, ପତ୍ନୀଙ୍କୁ ନିଯୁକ୍ତି ଏବଂ ପୁଅର ପାଠପଢା ଖର୍ଚ୍ଚ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ସକାଳେ ବାଲେଶ୍ୱର ଜିଲ୍ଲାର ଇସାଣି ଗାଁରେ ପହଞ୍ଚି ସ୍ୱର୍ଗତ ପ୍ରଶାନ୍ତ ଶତପଥିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କାଶ୍ମୀରର ପେହଲଗାମ ଠାରେ ଉଗ୍ରପନ୍ଥୀଙ୍କ ଗୁଳିର ଶିକାର ହୋଇ ମୃତ୍ୟୁବରଣ କରିଥିଲେ ଓଡିଆ ପର୍ଯ୍ୟଟକ ପ୍ରଶାନ୍ତ ଶତପଥି । ତାଙ୍କ ମରଶରୀର ଗାଁ ମାଟି ବାଲେଶ୍ୱର ଜିଲ୍ଲାର ରେମୁଣା ବ୍ଲକର ଇସାଣି ଗାଁରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ସେଠାରେ ପହଞ୍ଚିଥିଲେ । ତାଙ୍କ ପାର୍ଥିବ ଶରୀରରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ତାଙ୍କ ପରିବାର ସଦସ୍ୟମାନଙ୍କ ସହିତ ୨୦ ମିନିଟ ସମୟ ଅତିବାହିତ କରିଥିଲେ। ମୁଖ୍ୟମନ୍ତ୍ରୀ ଏହାପରେ ସ୍ୱର୍ଗତ ପ୍ରଶାନ୍ତଙ୍କ ଶବାଧାରରେ ଯୋଗଦେଇ ଶ୍ମଶାନକୁ ମଧ୍ୟ ଯାଇଥିଲେ । ସେଠାକୁ ଯାଇ ଶେଷ ଦର୍ଶନ କରିଥିଲେ। 

ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତାଙ୍କ ପରିବାରର ଦୁଃଖ ଦେଖି 'ମୁଁ ଗଭୀର ମର୍ମାହତ'। ପ୍ରଶାନ୍ତଙ୍କ ପରିବାର ପାଇଁ ସହାୟତା ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, "ସ୍ୱର୍ଗତ ପ୍ରଶାନ୍ତଙ୍କ ନିକଟତମ ଆତ୍ମୀୟଙ୍କୁ ୨୦ ଲକ୍ଷ ଟଙ୍କା ସହାୟତା, ପତ୍ନୀଙ୍କ ପାଇଁ ନିଯୁକ୍ତି ଦିଆଯିବା ସହିତ ତାଙ୍କ ପୁଅର ପାଠପଢା ପାଇଁ ଆବଶ୍ୟକ ବ୍ୟବସ୍ଥା ରାଜ୍ୟ ସରକାର କରିବେ ।" 

ଏହି ଆତଙ୍କବାଦୀ ଘଟଣାର ତୀବ୍ରନିନ୍ଦା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଉଗ୍ରପନ୍ଥୀ ମାନଙ୍କ କାର୍ଯ୍ୟ ଅତ୍ୟନ୍ତ ଅମାନବୀୟ ଓ କାପୁରୁଷୋଚିତ। ମୋଦିଜୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଏହା ଉପରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।




Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.