ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ, ରାଜଧାନୀରେ ସୁରକ୍ଷା ଦାୟିତ୍ୱରେ ରହିବେ ୩୦ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର, ୨୬/୦୨: ଆସନ୍ତା ୨୮ ରୁ ୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କମିଶନରେଟ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା। ରାଜଧାନୀରେ ସୁରକ୍ଷା ଦାୟିତ୍ୱରେ ରହିବେ ୩୦ ପ୍ଲାଟୁନ ଫୋର୍ସ। ସେହିପରି ନିରୀକ୍ଷଣ ଦାୟିତ୍ୱରେ ରହିବେ ୮୫ ଜଣ ଅଫିସର । ୩ଟି କ୍ୱିକ୍ ରେସ୍ପନ୍ସ ଟିମ୍, ୨ ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ୍ ମଧ୍ୟ ସୁରକ୍ଷା ଦାୟିତ୍ୱରେ ରହିବେ। ୧୨ ଅତିରିକ୍ତ ଡିସିପି, ୨୫ ଏସିପି, ୪୦ ଇନ୍ସପେକ୍ଟର ଦାୟିତ୍ୱରେ ରହିବେ। ୧୬୦ ଟ୍ରାଫିକ ଓ ୧୫୦ ହୋମଗାର୍ଡ ନିୟୋଜିତ ହେବେ। ଏନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ, ବ୍ଲୁ ବୁକ ଗାଇଡ଼ଲାଇନ ମୁତାବକ ପୁରା ସହର ପୋଲିସ ଛାଉଣୀ ହେବ। ସଭାସ୍ଥଳରେ ପ୍ରୋଟକଲ ମୁତାବକ ନିମନ୍ତ୍ରିତ ଅତିଥିଙ୍କ ତଥ୍ୟ ରହିବ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ସମେତ ମୟୁରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ, ସମ୍ବଲପୁର ଗସ୍ତ କରିବେ। ତେବେ କାରକେଡ୍ ଯିବାବେଳେ ସାଧାରଣ ଲୋକଙ୍କ ଟ୍ରାଫିକ୍ ସମସ୍ୟା ନହେବାକୁ ଧ୍ୟାନ ଦିଆଯିବ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.