ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

ଫିରିଙ୍ଗିଆ ବ୍ଲକ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ସଙ୍ଘର ଗଣ ଧାରଣା

ଗୋଛାପଡା, ୦୮/୦୯ : ୩ ଦଫା ଦାବୀ ନେଇ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ସଙ୍ଘର ନିର୍ଦ୍ଦେଶ କ୍ରମେ ଦିନ ୧୨ ଟାରେ ଫିରିଙ୍ଗିଆ ବ୍ଲକରେ ବିଭିନ୍ନ ବିଦ୍ୟାଳୟରେ କାର୍ଯ୍ୟରତ ବିଭିନ୍ନ ବର୍ଗର ଶିକ୍ଷକ ଶିକ୍ଷୟତ୍ରୀ ଧାରଣା ଦେଇଛନ୍ତି। ଶିକ୍ଷକମାନେ ଫିରିଙ୍ଗିଆ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମୁଖରେ ସାମୁହିକ ଛୁଟି ସହ ଗଣ ଧାରଣାରେ ବସିଛନ୍ତି l  

ପ୍ରାଥମିକ ଶିକ୍ଷାରୁ ଠିକା ନିଯୁକ୍ତି ଉଛେଦ,କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ, ଶିକ୍ଷା କର୍ମୀ ଓ ଶିକ୍ଷା ସହାୟକଙ୍କ ଠିକା କାର୍ଯ୍ୟ କାଳକୁ ନ୍ସୟାନାଲ ଇନ୍କ୍ରିମେଣ୍ଟକୁ ପ୍ରଦାନ କରି ମୂଳ ଚାକିରୀରେ ଗଣନା କରିବା ସହିତ ଏକ୍ସ କ୍ୟାଡର ଶିକ୍ଷକ, ବହୁ ଭାସି ଶିକ୍ଷକ, କଳା ଓ କ୍ରୀଡା ଶିକ୍ଷକମାନଙ୍କୁ ନିୟମିତ ଶିକ୍ଷକର ମାନ୍ୟତା, ସମସ୍ତ ବର୍ଗର ଶିକ୍ଷକଙ୍କୁ କେନ୍ଦ୍ରୀୟ ହାରରେ ମୂଳ ବେତନ ଲେବୁଲ ୯ ଗ୍ରେଡ଼ ପେ ୪୨୦୦ ଅନୁଯାଇ ପ୍ରଦାନ କରିବା, ନୂତନ ପେନସନ ବ୍ୟବସ୍ଥାକୁ ଉଛେଦ କରି ପୁରୁଣା ପେନସନକୁ ପୁନଃ ପ୍ରଚଳନ କରିବା ଭଳି ଦାବି ରହିଛି l 

ଏହି କାର୍ଯ୍ୟକ୍ରମରେ ବ୍ଲକ ସଭାପତି ସିମାଞ୍ଚଳ ମୁଖି, ସମ୍ପାଦକ ମର୍ତ୍ୟୁଞ୍ଜୟ କହଁରଙ୍କ ସହ ବ୍ଲକର ଶତାଧିକ ଶିକ୍ଷକ, ଶିକ୍ଷୟିତ୍ରୀ ସାମିଲ ଥିଲେ। ଶିକ୍ଷକ ସଂଘର ଧାରଣାରେ ଫିରିଙ୍ଗିଆ ବ୍ଲକର ୧୯୯ଟି ବିଦ୍ୟାଳୟ ଥିବା ବେଳେ ୭୭୬ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ମଧ୍ୟରୁ ବିଭିନ୍ନ ବର୍ଗର ଶିକ୍ଷକ ଶିକ୍ଷୟିତ୍ରୀ ସାମୁହିକ ଛୁଟିରେ ଥିବାରୁ ବିଦ୍ୟାଳୟମାନଙ୍କରେ ଶିକ୍ଷାଦାନ ସମ୍ପୁର୍ଣ୍ଣ ଭାବେ ବାଧାପ୍ରାପ୍ତ ହୋଇଥିବା ଦେଖିବାକୁ ମିଳିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.