ପ୍ରମୁଖ ଖବର
  • ମୁମ୍ବାଇ: ମଝି ସମୁଦ୍ରରେ ହୁତୁହୁତୁ ହୋଇ ଜଳିଗଲା ବିଳାସପୂର୍ଣ୍ଣ ବୋଟ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
  • ||
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ, ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜଗନ୍ନାଥ

ପୁରୀ, ୨୦/୧୧ : ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ। ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯାଇଛି। କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟା ଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ରତ୍ନସିଂହାସନରେ ଅଧିଷ୍ଠିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି । ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ହୋଇଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯାଇଛି ।

ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଏ। ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ । ଏହି ବେଶରେ ବଡ଼ଠାକୁରଙ୍କ ଅର୍ଦ୍ଧେକ ଅଂଶ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଥାନ୍ତି। 

ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିଛନ୍ତି। ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିଛନ୍ତି।

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.