ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଦୁଇଦିନିଆ ଓଡ଼ିଶା ଗସ୍ତରେ ରେଳ ମନ୍ତ୍ରୀ ଅଶ୍ୱିନୀ, ଆଜି କଟକ ପରମହଂସ ମନ୍ଦିରରେ ‘ମନ୍‌ କି ବାତ୍‌’ର ସିଧାପ୍ରସାରଣ ଦେଖିବେ

ଭୁବନେଶ୍ୱର, ୨୮।୧: ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଶନିବାର ସନ୍ଧ୍ୟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ । ରାତି ପ୍ରାୟ ସାଢ଼େ ୭ଟାରେ ଶ୍ରୀ ବୈଷ୍ଣବ କଟକ ଯାଇ ରାଷ୍ଟ୍ରଦୀପ କାର୍ଯ୍ୟାଳୟରେ ଦଳୀୟ କର୍ମକର୍ତ୍ତାଙ୍କ ସହିତ ଆଲୋଚନା କରିଥିଲେ । ପରେ ରେଳମନ୍ତ୍ରୀ ଶ୍ରୀ ବୈଷ୍ଣବ ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ସିଡିଏ ସ୍ଥିତ ବାସଭବନକୁ ଯାଇ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ପରେ ଷ୍ଟେସନ୍‌ ପାଖ ରେଳବାଇ ଗେଷ୍ଟ୍‌ହାଉସ୍‌ରେ ବିଶ୍ରାମ କରିଥିଲେ । ରବିବାର ସେ ସଦର ନିର୍ବାଚନମଣ୍ଡଳୀ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । କଟକ ବିରିବାଟି ଅନ୍ତର୍ଗତ ପରମହଂସ ମନ୍ଦିରରେ ପ୍ରଧାନମନ୍ତ୍ରୀଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମର ସିଧାପ୍ରସାରଣ ଦେଖିବେ ବୋଲି ସୂଚନା ରହିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.