ପ୍ରମୁଖ ଖବର
  • ରାଉରକେଲା : ନାଳରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଭୁବନେଶ୍ଵର : ଗ୍ରାହକ ସାଜି ମାଡିବସିଲା ଏସଟିଏଫ୍, ୨ ବଜ୍ରକାପ୍ତା ବେପାରୀ ଗିରଫ
  • ||
  • ନୂଆଦିଲ୍ଲୀ: ମାର୍ଚ୍ଚ ଯାଏ ପିଆଜ ରପ୍ତାନି ବ୍ୟାନ୍, ଉପଲବ୍ଧତା ବଢ଼ାଇ ଦର କମାଇବା ଯୋଜନା
  • ||
  • ମୁମ୍ବାଇ: ଆଜି ଦ୍ୱିତୀୟ ମହିଳା ଟି-ଟ୍ୱେଣ୍ଟି: ସିରିଜ ବିଜୟ ପାଇଁ ଇଂଲଣ୍ଡ ଟିମ୍‌ର ଯୋଜନା, ଭାରତ ପାଇଁ ‘କର ବା ମର’ ସ୍ଥିତି
  • ||
  • ନବରଙ୍ଗପୁର: ଭାଲୁ ସହ ଲଢେ଼ଇ କରି ଜୀବନ ହାରିଲେ ଠିକାଦାର
  • ||
  • ନୂଆଦିଲ୍ଲୀ: ଆଜି ଡବ୍ଲ୍ୟୁପିଏଲ୍‌-୨ ଖେଳାଳି ନିଲାମ: ତାଲିକାରେ ୧୬୫ ଖେଳାଳି, କିଣା ହେବେ ୩୦
  • ||
  • ଲମତାପୁଟରେ ହାଡ଼ଭଙ୍ଗା ଶୀତ, ୯ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଭୁବନେଶ୍ୱର: ଖାଉଟିଙ୍କ ସ୍ୱାଦ ବିଗାଡୁଛି ରସୁଣ ଦର: ୨୫୦ ଟପିଲା ଦାମ୍, ହୋଲ୍‌ସେଲ୍‌ ମୂଲ୍ୟ ୨୧୦ଟଙ୍କା
  • ||
  • ଆଜିଠୁ ‘ସୋଆ’ରେ ଆଇଏନ୍‌ଏଇ ବାର୍ଷିକ ସମ୍ମିଳନୀ, ଯୋଗଦେବେ ଇସ୍ରୋ ଅଧ୍ୟକ୍ଷ ସୋମନାଥଙ୍କ ସମେତ ଦେଶବିଦେଶର ବହୁ ବୈଜ୍ଞାନିକ
  • ||

ଭାରସାମ୍ୟ ହରାଇ ରେଲୱେ ଟ୍ରାକ୍‌କୁ ଖସିଲା ବସ୍ : ୪ ମୃତ, ୨୪ ଆହତ

ଜୟପୁର, ୦୬/୧୧ : ରାଜସ୍ଥାନ ଦୌସାରେ ମର୍ମନ୍ତୁଦ ଦୁର୍ଘଟଣା। ଭାରସାମ୍ୟ ହରାଇ ରେଲୱେ ଟ୍ରାକ୍‌କୁ ଖସିଲା ବସ୍। ୪ ମୃତ, ୨୪ ଆହତ। ଆହତମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲକୁ ନିଆଯାଉଛି। 

ସୂଚନାନୁଯାୟୀ, ଏକ ଯାତ୍ରୀବାହୀ ବସ୍ ହରିଦ୍ଵାରରୁ ଜୟପୁର ଯାଉଥିଲା। ବସ୍‌ଟି ହଠାତ୍ ରାଜସ୍ଥାନ ଦୌସା ନିକଟରେ ଭାରସାମ୍ୟ ହରାଇ ପୋଲ ଉପରୁ ଖସି ରେଲୱେ ଟ୍ରାକ୍‌କୁ ଖସି ପଡ଼ିଥିଲା। ଫଳରେ ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। 

ଅପର ପକ୍ଷରେ ବସ୍‌ ଟ୍ରାକ୍‌ରେ ଖସି ପଡ଼ିବାରୁ ରେଳ ଚଳାଚଳ ପ୍ରଭାବିତ ହୋଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।  

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.