ପ୍ରମୂଖ ଖବର
  • ୩ ଓ୍ବିକେଟ୍ ହରାଇ ସେମି ଫାଇନାଲ୍‌ରେ ଦକ୍ଷିଣ ଆଫ୍ରିକା, ୱେଷ୍ଟଇଣ୍ଡିଜ୍‌ର ବିଶ୍ୱକପ୍ ସ୍ୱପ୍ନ ଧୂଳିସାତ୍
  • ||
  • ଅଷ୍ଟାଦଶ ଲୋକସଭାର କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ
  • ||
  • ରୁଙ୍ଗଟା କାରଖାନାରେ ଅଘଟଣ, ଲୁହା ପ୍ଲେଟ୍ ଚାପି ହୋଇ ୨ ଶ୍ରମିକ ମୃତ
  • ||
  • ରି ଚେକିଂ ହେବ ୧୮ ହଜାର ମାଟ୍ରିକ୍‌ ଖାତା, ବୋର୍ଡରେ ଆବେଦନ କରିଛନ୍ତି ୫ ହଜାର ପରୀକ୍ଷାର୍ଥ
  • ||
  • କେନ୍ଦୁଝର: ରାସ୍ତା ପାରି ହେଉଥିବା ବେଳେ ମାଡ଼ିଗଲା ଟ୍ରକ୍, ମହିଳା ମୃତ
  • ||
  • ଭୋଗରାଇ: ବଙ୍ଗୀୟ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସହଯୋଗୀ ଫେରାର୍
  • ||
  • ସୁପର ୮ରେ ଭାରତ-ଅଷ୍ଟ୍ରେଲିଆ ବଡ଼ ଲଢ଼େଇ: ନେଟ୍‌ ରନରେଟ୍‌ ହେବ ଖେଳ, ଖଳନାୟକ ସାଜିପାରେ ବର୍ଷା
  • ||
  • ସୋମବାରଠୁ ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ:୨୬ରେ ବାଚସ୍ପତି ନିର୍ବାଚନ, ୨୭ରେ ରାଜ୍ୟ ସଭା ବୈଠକ
  • ||
  • ଓଡ଼ିଶାର ୩୦ ଜିଲ୍ଲାକୁ ସମ୍ପୂର୍ଣ୍ଣ ଛୁଇଁଲା ମୌସୁମୀ ବାୟୁ, ଆସନ୍ତା ୩ ଦିନ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

କଳାହାଣ୍ଡି ଜିଲ୍ଲା କଂଗ୍ରେସର ସାଧାରଣ ସମ୍ପାଦକ ହେଲେ ରାଜେନ୍ଦ୍ର ନାଏକ

କୋକସରା, ୦୭/୦୯ : କଳାହାଣ୍ଡି ଜିଲ୍ଲା କଂଗ୍ରେସର ସାଧାରଣ ସମ୍ପାଦକ ଭାବେ ମନୋନୀତ ହେଲେ ରାଜେନ୍ଦ୍ର ନାଏକ। ଓଡ଼ିଶା ପ୍ରଦେଶ କଂଗ୍ରେସର ଅନୁମୋଦନ କ୍ରମେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ନୂତନ କର୍ମକର୍ତ୍ତାଙ୍କୁ ମନୋନୀତ କରାଯାଇଛି। ଏହି କ୍ରମରେ କୋକସରା ବ୍ଲକର କଂଗ୍ରେସ ଦଳର ଜଣେ ଲଢୁଆ ଯୁବନେତା ରାଜେନ୍ଦ୍ର ନାଏକ (ଭାଲୁଭାଇ)ଙ୍କୁ ଜିଲ୍ଲା ସମ୍ପାଦକ ଭାବେ ମନୋନୀତ କରାଯାଇଛି। 

ରାଜେନ୍ଦ୍ର ନାଏକ ପୂର୍ବରୁ କୋକସରା ବ୍ଲକ କଂଗ୍ରେସ କମିଟିର ସଭାପତି ଓ ଅନ୍ୟାନ୍ୟ ପଦପଦବୀରେ ରହି ଦଳକୁ ତୃଣମୂଳ ସ୍ତରରେ ସଙ୍ଗଠନକୁ ସୁଦୃଢ଼ କରିବାରେ ପ୍ରମୁଖ ନେତୃତ୍ୱ ନେଇଛନ୍ତି। ଏଣୁ ଦଳ ତାଙ୍କ ଉପରେ ଆସ୍ଥା ପ୍ରକଟ କରି ଜିଲ୍ଲା ସାଧାରଣ ସମ୍ପାଦକ ଦାୟିତ୍ୱ ଦେଇଛନ୍ତି। ସାଧାରଣ ସମ୍ପାଦକ ଦାୟିତ୍ୱ ଦେଇ ଥିବାରୁ କଂଗ୍ରେସର ରାଜ୍ୟ ସଭାପତି ଶରତ ପଟ୍ଟନାୟକ, ବରିଷ୍ଠ ନେତା ଭକ୍ତ ଚରଣ ଦାସ, ଜିଲ୍ଲା ସଭାପତି ଭାରତ ଭୂଷଣ ବେମାଲଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସାଧାରଣ ସମ୍ପାଦକ ଭାବେ ଚୟନ ପରେ ବିଭିନ୍ନ ମହଲରୁ ଶୁଭେଛୁମାନେ ଅଭିନନ୍ଦନ ଜଣାଇଛନ୍ତି।
  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.